Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରୁ ଦୁବାଇକୁ ପ୍ରତିଦିନ ସିଧା ବିମାନ ସେବା ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଭୁବନେଶ୍ୱରରୁ ଦୁବାଇକୁ ପ୍ରତିଦିନ ସିଧା ବିମାନ ସେବା ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

November 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରତିଦିନ ଭୁବନେଶ୍ୱରରୁ ସିଧାସଳଖ ଦୁବାଇ ପର୍ଯ୍ୟନ୍ତ ବିମାନ ସେବା ଆରମ୍ଭ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ବିଭିନ୍ନ ଅଂଚଳରେ ପ୍ରାୟ ୧୦ ହଜାରରୁ ଉର୍ଦ୍ଧ୍ୱ ଓଡିଆ ଲୋକ ବସବାସ କରୁଛନ୍ତି। ଭୁବନେଶ୍ୱରରୁ ଦୁବାଇ ଏବଂ ଦୁବାଇରୁ ଭୁବନେଶ୍ୱର ପର୍ଯ୍ୟନ୍ତ ସିଧାସଳଖ ବିମାନସେବା ପାଇଁ ଦୀର୍ଘ ଦିନ ଧରି ଦାବୀ ହୋଇ ଆସୁଛି। ଦୁଇ ସହର ମଧ୍ୟରେ ସିଧାସଳଖ ବିମାନସେବା ଆରମ୍ଭ ହେଲେ ଓଡିଆ ଲୋକଙ୍କ ପାଇଁ ଅନ୍ତରାଷ୍ଟ୍ରୀୟ ଯାତାୟତର ଦ୍ୱାର ଫିଟିବ। ବିଶ୍ୱର କୋଣ ଅନୁକୋଣରେ ବସବାସ କରୁଥିବା ଓଡିଆ ଲୋକ ମାନଙ୍କର ନିଜ ରାଜ୍ୟକୁ ଆସିବା ପାଇଁ ଯୋଗାଯୋଗ ସୁଗମ ହେବ। ଅନ୍ତରାଷ୍ଟ୍ରୀୟ ପର୍ଯ୍ୟଟନକୁ ପ୍ରୋତ୍ସାହନ ଦେବ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ପୂର୍ବୋଦୟ ଯୋଜନାରେ ପୂର୍ବ ଭାରତରେ ଓଡିଶା ବିକାଶର ପେଣ୍ଠସ୍ଥଳୀ ଭାବରେ ଆଗକୁ ବଢୁଛି। କେନ୍ଦ୍ର ରାଜଧାନୀ ଭୁବନେଶ୍ୱର ସହ ସିଧାସିଧା ଅନ୍ତରାଷ୍ଟ୍ରୀୟ ବିମାନ ଯୋଗାଯୋଗ ପୂର୍ବ ଭାରତର ବିକାଶର ସମ୍ଭାବନାକୁ ଆହୁରି ଶକ୍ତିଶାଳୀ କରିବ। ଦୁଇ ସହର ମଧ୍ୟରେ ବିମାନ ଚଳାଚଳ ହେବା ଦ୍ୱାରା କଳାତ୍ମକ, ହସ୍ତତନ୍ତ ଓ କୃଷି ଆଧାରିତ ସାମଗ୍ରୀ ବ୍ୟବସାୟ ଦ୍ୱାରା ରାଜ୍ୟର ଅର୍ଥନୀତି ଗତିଶୀଳ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଉଲ୍ଲେଖନୀୟ ଯେ, ୟୁଏଇ ଓଡିଆ ସମାଜ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭୁବନେଶ୍ୱରରୁ ଦୁବାଇ ପର୍ଯ୍ୟନ୍ତ ସିଧାସଳଖ ବିମାନସେବା ଆରମ୍ଭ କରିବା ପାଇଁ ପତ୍ର ଲେଖାଯାଇଥିଲା। ଏହି ମର୍ମରେ ଶ୍ରୀ ପ୍ରଧାନ ବିଭାଗୀୟ ମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି।

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜ୍ୟୋତିରାଦିତ୍ୟ ସିନ୍ଧିଆ ବିମାନ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ‘ସିଇଏ ନିୟମାବଳୀ ଏବଂ ବୈଷୟିକ ମାନକ’ ଉପରେ ଆଞ୍ଚଳିକ କର୍ମଶାଳା ଆୟୋଜିତ

July 11, 2026

ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କଲା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ

July 11, 2026

ଆଜି ଜୁଲାଇ ୧୧ ତାରିଖ ଶନିବାରରେ ଏହି ରାଶିଗୁଡିକର ଖୋଲିବ ଭାଗ୍ୟ

July 11, 2026

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

July 10, 2026
Latest News

ଭୁବନେଶ୍ବରରେ ‘ସିଇଏ ନିୟମାବଳୀ ଏବଂ ବୈଷୟିକ ମାନକ’ ଉପରେ ଆଞ୍ଚଳିକ କର୍ମଶାଳା ଆୟୋଜିତ

July 11, 2026

ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କଲା ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ

July 11, 2026

ଆଜି ଜୁଲାଇ ୧୧ ତାରିଖ ଶନିବାରରେ ଏହି ରାଶିଗୁଡିକର ଖୋଲିବ ଭାଗ୍ୟ

July 11, 2026

ଭାରତ-ଅଷ୍ଟ୍ରେଲିଆ କ୍ରୀଡ଼ା ସହଯୋଗିତା ରୋଡମ୍ୟାପ୍

July 10, 2026

ଏମ୍ସ ଭୁବନେଶ୍ୱରର ଅନନ୍ୟ ସଫଳତା: ୧୦୦ଟି ସଫଳ ରୋବୋଟିକ୍ ଅସ୍ତ୍ରୋପଚାର ସମ୍ପନ୍ନ

July 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.