ଦେଶରେ ୧୦ ହଜାର ୫୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେତେ ଜଣ କଲେ ମୃତ୍ୟୁବରଣ

Published: Nov 26, 2021, 1:23 pm IST

ନୂଆଦିଲ୍ଲୀ:  ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ୫୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୫ ଲକ୍ଷ ୫୫ ହଜାର ୪୩୧ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ମୋଟ ସକ୍ରିୟ ମାମଲା ୧ ଲକ୍ଷ ୧୦ ହଜାର ୧୩୩ କୁ ବୃଦ୍ଧି ପାଇଛି। ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୦.୩୧୮୭ ପ୍ରତିଶତ।

କେନ୍ଦ୍ର ସରକାରଙ୍କ ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୮୬୮ ରୋଗୀ ସୁସ୍ଥ ହୋଇଛନ୍ତି। ଫଳରେ ବର୍ତ୍ତମାନ ଦେଶରେ ସମୁଦାୟ ୩ କୋଟି ୩୯ ଲକ୍ଷ ୭୭ ହଜାର ୮୩୦ ଆରୋଗ୍ୟ ହୋଇଛନ୍ତି। ଯାହା ଆରୋଗ୍ୟ ହାର ୯୮.୩୨୮୫ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୮୮ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୭ ହଜାର ୪୬୮ କୁ ବୃଦ୍ଧି ପାଇଛି।

Related posts