Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଦ୍ରକ ଜିଲ୍ଲାରେ ହେବ ୩୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ, ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଭଦ୍ରକ ଜିଲ୍ଲାରେ ହେବ ୩୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ, ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

November 26, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭଦ୍ରକ ଜିଲ୍ଲାରେ ହେବ ୩୦୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ, ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଦ୍ରକ ଜିଲ୍ଲା ପାଇଁ ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ପ୍ରଥମେ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ସ୍ମରଣ କରିଥିଲେ ଏବଂ ଇରମ ମାଟିକୁ ପ୍ରଣାମ ଜଣାଇଥିଲେ ।

ଭଦ୍ରକ ପାଇଁ ୩୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଜିଲ୍ଲା ମୁଖ୍ୟାଳୟ ପାଇଁ ଏକ ୩୦୦ ଶଯ୍ୟାବିଶିଷ୍ଟ ହସ୍‌ପିଟାଲ ବିଲ୍‌ଡିଂର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଦ୍ରକ ଜିଲ୍ଲାରେ ୯୫୦ କୋଟି ଟଙ୍କାରେ ଦୁଇଟି ମେଗା ପାଇପ ପାଣି ପ୍ରକଳ୍ପ କାମ ଜାରି ରହିଛି । ଏହାଦ୍ବାରା ୭ ଲକ୍ଷରୁ ଅଧିକ ଲୋକ ଉପକାର ପାଇବେ ।

ଭଦ୍ରକରେ ମିଶନ ଶକ୍ତିର ମା ମାନେ ଭଲ କାମ କରୁଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରଙ୍କ ବିଭିନ୍ନ ଯୋଜନାରେ ସହଭାଗୀ ହୋଇଛନ୍ତି। ଚଳିତ ବର୍ଷ ସେମାନେ ୨୪୫ କୋଟି ଟଙ୍କା ଋଣ ସୁବିଧା ପାଇପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମିଶନ ଶକ୍ତି କାର୍ଯ୍ୟକ୍ରମ କେବଳ ମା ମାନଙ୍କର ନୁହେଁ, ସାରା ସମାଜରେ ସାମାଜିକ ଓ ଅର୍ଥନୈତିକ ପରିବର୍ତ୍ତନ ଆଣିବ ବୋଲି ସେ କହିଥିଲେ ।

ଭଦ୍ରକ ଜିଲ୍ଲା ହସ୍ପିଟାଲ
Share. Facebook Twitter LinkedIn Email WhatsApp Copy Link

Related Posts

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Latest News

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.