ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ୍‌ରେ ୭୨ ପ୍ରତିଶତ ମତଦାନ ହୋଇଛି : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

Published: Apr 19, 2019, 5:30 pm IST
72% voting in second odisha in odisha

ଏପ୍ରିଲ୍‌ ୧୮ ତାରିଖ ଅର୍ଥାତ୍‌ ଗୁରୁବାର ଦିନ ଅନୁଷ୍ଠିତ ହୋଇଥିବା ଦ୍ଵିତୀୟ ପର୍ଯ୍ୟାୟ ମତଦାନରେ ରାଜ୍ୟରେ ୭୨ ପ୍ରତିଶତ ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ଆଜି ଏହି ବିଷୟରେ ସୂଚନା ଦେଇଛନ୍ତି। ଗତକାଲି ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୪ ପ୍ରତିଶତ ମତଦାନ ହୋଇଥିଲା। ଏହି ପର୍ଯ୍ୟାୟରେ ୨୭୯ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ୍ ହୋଇ ଯାଇଛି। ପ୍ରଥମ ପର୍ଯ୍ୟାୟ ତୁଳନାରେ ଦ୍ଵିତୀୟ ପର୍ଯ୍ୟାୟରେ ଭୋଟ୍ ହାର ହ୍ରାସ ପାଇଛି। ପ୍ରଥମ ପର୍ଯ୍ୟାୟରେ ୭୩.୭୬ ପ୍ରତିଶତ ମତଦାନ ହୋଇଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟରେ ୭୨ ପ୍ରତିଶତ ମତଦାନ ହୋଇଛି। ଏଥିରେ ଓଡ଼ିଶାରେ ୩୫ ବିଧାନସଭା ଓ ୫ଟି ଲୋକସଭା ଆସନ ପାଇଁ ମତଦାନ ହୋଇଥିଲା। ବରଗଡ଼ରେ ୭୭.୭୩ ପ୍ରତିଶତ, ସୁନ୍ଦରଗଡ଼ରେ ୭୧.୫୨ ପ୍ରତିଶତ, ବଲାଙ୍ଗୀର ୭୪.୩୩ ପ୍ରତିଶତ, ବଲାଙ୍ଗୀରରେ ୭୪.୩୩ ପ୍ରତିଶତ, କନ୍ଧମାଳରେ ୬୯.୨୪ ପ୍ରତିଶତ ଓ ଆସ୍କାରେ ୬୫.୮୯ ପ୍ରତିଶତ ହୋଇଛି। ଏହି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ନରସିଂହ ମିଶ୍ର, କନକ ବର୍ଦ୍ଧନ ସିଂହଦେଓ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କଳିକେଶ ନାରାୟଣ ସିଂହ ଦେଓ, ପ୍ରସନ୍ନ ଆଚାର୍ଯ୍ୟ, ସୁରେଶ ପୂଜାରୀ ପ୍ରମୁଖ ଅନେକ ହେଭିଓ୍ଵେଟ୍ ନେତାଙ୍କ ଭାଗ୍ୟ ପରୀକ୍ଷା ହୋଇଛି।

( ମୋବାଇଲରେ ଫଟାଫଟ୍ ଖବର ଜାଣିବା ପାଇଁ ଡାଉନଲୋଡ କରନ୍ତୁ  SANKHIPTA  ଆପ, ପରେ ସ୍କ୍ରିନକୁ ତଳୁ ଉପରକୁ ଠେଲି ପଢି ଚାଲନ୍ତୁ ଖବର ପରେ ଖବର)

Related posts