କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ

Published: Nov 28, 2021, 10:45 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୮ ହଜାର ୭୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଲାଇ ଗତ ୨୪ ଘଣ୍ଟାରେ ୬୨୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୭୨ ହଜାର ୫୨୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୮ ହଜାର ୫୫୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୯ ଲକ୍ଷ ୯୮ ହଜାର ୨୭୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୫ ହଜାର ୬୯୧ ଆକ୍ଟିଭ୍‌ କେସ୍ ରହିଛି।

Related posts