ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Nov 29, 2021, 10:17 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୩

ଦେବଗଡ ଜିଲ୍ଲାରୁ- ୩

ଢେଙ୍କାନାଳ ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୫

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୯୪

ମୟୂରଭଞ୍ଜ ଜିଲ୍ଲାରୁ- ୯

ନବରଙ୍ଗପୁର ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୬

ସୁନ୍ଦରଗଡ଼ ଜିଲ୍ଲାରୁ – ୧୨

ଷ୍ଟେଟ ପୁଲରୁ- ୨୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୮୮୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୮୫ ଏବଂ ବର୍ତ୍ତମାନ ୨୩୩୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts