Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ଚିଲିକା ବିଜେଡି ବିଧାୟକ ରଘୁନାଥ ସାହୁଙ୍କ ବାଲୁଗାଁରେ ବିଶାଳ ରାଲି, ବିରୋଧୀଙ୍କୁ କଲେ ଟାର୍ଗେଟ
ଆଜିର ଖବର

ପୂର୍ବତନ ଚିଲିକା ବିଜେଡି ବିଧାୟକ ରଘୁନାଥ ସାହୁଙ୍କ ବାଲୁଗାଁରେ ବିଶାଳ ରାଲି, ବିରୋଧୀଙ୍କୁ କଲେ ଟାର୍ଗେଟ

November 30, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ସହର ଆଜି ସବୁଜମୟ ହୋଇଯାଇଛି। ନବୀନ ପଟ୍ଟନାୟକ ଜିନ୍ଦାବାଦ, ବିଜେଡ଼ି ଜିନ୍ଦାବାଦ ସ୍ଲୋଗାନରେ କମ୍ପି ଉଠିଲା ବାଲୁଗାଁ। ଦୀର୍ଘ ଅଢେଇ ବର୍ଷ ପରେ ଆଜି ଚିଲିକା ନିର୍ବାଚନମଣ୍ଡଳିର ପୂର୍ବତନ ବିଜେଡି ବିଧାୟକ ରଘୁନାଥ ସାହୁ ବାଲୁଗାଁ ଏନଏସିରେ ଏକ ବିଶାଳ ରାଲି କରିଛନ୍ତି। ପୂର୍ବତନ ବିଧାୟକ ଶ୍ରୀ ସାହୁଙ୍କ ନେତୃତ୍ୱରେ କେବଳ ବାଲୁଗାଁ ଏନଏସିର ପାଖାପାଖି ଏକ ହଜାରରୁ ଉର୍ଦ୍ଧ୍ଵ ପୁରୁଷ ଏବଂ ମହିଳା କର୍ମୀମାନେ ଆଜି ସମଗ୍ର ଏନଏସି ପରିକ୍ରମା କରିଥିଲେ। ଉକ୍ତ ବିଶାଳ ଶୋଭାଯାତ୍ରା ବାଲୁଗାଁ ପୂର୍ତ୍ତ ଡାକ ବଙ୍ଗଳାରୁ ବାହାରି ସମଗ୍ର ଏନଏସିର ୧୧ ଟି ୱାର୍ଡ ଅତିକ୍ରମ କରିଥିଲା।

ଏହି ସମୟରେ ସ୍ଥାନୀୟ ଗାନ୍ଧୀ ଛକରେ କର୍ମୀମାନଙ୍କୁ ଶ୍ରୀ ସାହୁ ସମ୍ବୋଧିତ କରିବା ସହ ଦରଦାମ ବୃଦ୍ଧି ବିରୋଧରେ ବିଜେପିକୁ ଟାର୍ଗେଟ କରିଥିଲେ। ଏବଂ କେନ୍ଦ୍ର ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରିଶେଷରେ ଉକ୍ତ ଶୋଭାଯାତ୍ରାଟି ରାମପୁର ସ୍ଥିତ ବିଜେଡି କାର୍ଯ୍ୟାଳୟରେ ସମାପ୍ତ ହୋଇଥିଲା।

ତେବେ ପୂର୍ବତନ ବିଧାୟକ ଶ୍ରୀ ସାହୁଙ୍କୁ ଆମ ପ୍ରତିନିଧି ପଚାରିବାରୁ ଚିଲିକା ନିର୍ବାଚନମଣ୍ଡଳିର ଅଢେଇ ଲକ୍ଷ ଭୋଟରଙ୍କ ହୃଦୟରେ ସେ ଅଛନ୍ତି ଏବଂ ରହିଥିବେ ବୋଲି କହିଥିଲେ। କର୍ମୀମାନଙ୍କ ସୁଖ ଦୁଃଖରେ ସଦାବେଳେ ସେ ଅଛନ୍ତି ଓ ରହିବେ। ଆଜି କେବଳ ଏନଏସିର ହଜାର ହଜାର କର୍ମୀଙ୍କୁ ନେଇ ଉକ୍ତ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିବାର ସେ କହିଛନ୍ତି।  ତତସହିତ ଆଗାମୀ ପୌର ଏବଂ ପଞ୍ଚାୟତ ନିର୍ବାଚନରେ ମଧ୍ୟ ଚିଲିକା ନିର୍ବାଚନମଣ୍ଡଳିରେ ତାଙ୍କ ନେତୃତ୍ୱରେ ପୁଣି ଥରେ ଶଙ୍ଖ ବାଜିବ ବୋଲି ଶ୍ରୀ ସାହୁ କହିଛନ୍ତି।

ଚିଲିକା ପୂର୍ବତନ ବିଜେଡ଼ି ବିଧାୟକ ବିଜେପିକୁ ଟାର୍ଗେଟ ବିଶାଳ ରାଲି ରଘୁନାଥ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026

ନବୀନ ପଟ୍ଟନାୟକ ଘୋଷଣା କଲେ ଦୁଇ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ, ସେମାନଙ୍କ ନାମ ହେଲା

February 28, 2026

ଇରାନ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ: ତେହେରାନ ସମେତ ଅନେକ ସ୍ଥାନରେ ବିସ୍ଫୋରଣ

February 28, 2026

“ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ବଢୁଥିବା ଅର୍ଥନୀତି”: ମୁମ୍ବାଇରେ ପହଞ୍ଚି ଭାରତକୁ ପ୍ରଶଂସା କଲେ କାନାଡା ପିଏମ

February 28, 2026
Latest News

ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଇସ୍ରାଏଲ ଦେବ ନିଯୁକ୍ତି?: ମୋଦି ଏବଂ ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

February 28, 2026

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026

ନବୀନ ପଟ୍ଟନାୟକ ଘୋଷଣା କଲେ ଦୁଇ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ, ସେମାନଙ୍କ ନାମ ହେଲା

February 28, 2026

ଇରାନ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ: ତେହେରାନ ସମେତ ଅନେକ ସ୍ଥାନରେ ବିସ୍ଫୋରଣ

February 28, 2026

“ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ବଢୁଥିବା ଅର୍ଥନୀତି”: ମୁମ୍ବାଇରେ ପହଞ୍ଚି ଭାରତକୁ ପ୍ରଶଂସା କଲେ କାନାଡା ପିଏମ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.