
ନୂଆଦିଲ୍ଲୀ: ଆଜି ଦେଶରୁ ୮ ହଜାର ୯୫୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୫ ଲକ୍ଷ ୯୬ ହଜାର ୭୭୬ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୬୯ ହଜାର ୨୪୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୨୮ ହଜାର ୫୦୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୯ ହଜାର ୨୩ ଆକ୍ଟିଭ୍ କେସ୍ ରହିଛି।