Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୃହ ଭିତରେ ଶୋକ ପ୍ରସ୍ତାବ, ବାହାରେ ହୋ ହାଲ୍ଲା, ଆଜିର ବିଧାନସଭାର ଶୀତ ଅଧିବେସନ
ଆଜିର ଖବର

ଗୃହ ଭିତରେ ଶୋକ ପ୍ରସ୍ତାବ, ବାହାରେ ହୋ ହାଲ୍ଲା, ଆଜିର ବିଧାନସଭାର ଶୀତ ଅଧିବେସନ

December 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୃହ ଭିତରେ ଶୋକ ପ୍ରସ୍ତାବ, ବାହାରେ ହୋ ହାଲ୍ଲା, ଆଜିର ବିଧାନସଭାର ଶୀତ ଅଧିବେସନ

ଭୁବନେଶ୍ୱର : ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭାର ଶୀତ ଅଧିବେଶନ। ତେବେ ଏହି ଅଧିବେସନ ଆରମ୍ଭରୁ କଂଗ୍ରେସ ବିଧାୟକ ଗେଟ ମୁହଁରେ ରହି ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦାବୀ କରିଥିଲେ। ଦିବ୍ୟଶଙ୍କରଙ୍କୁ ଗୃହ ଭିତରକୁ ନ ଛାଡିବା ପାଇଁ ସେମାନେ ସ୍ଲୋଗାନ ଦେବାରେ ଲାଗିଥିଲେ। ହାତରେ ପ୍ଲାକାର୍ଡ ଧରି ଗେଟ ମୁହଁରେ କଂଗ୍ରେସ ବିଧାୟକ ବସି ରହଥିଲେ। ପରେ ବିଧାନସଭା ଆରମ୍ଭ ହେବାପରେ ସେମାନେ ଗୃହ ଭିତରକୁ ଯାଇଥିଲେ।

ସେପଟେ ଦିନ ୧୧ଟାରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଦିବଂଗତ ପୂର୍ବତନ ଉପବାଚସ୍ପତି ପ୍ରହଲ୍ଲାଦ ଦୋରା, ପୂର୍ବତନ ବିଧାୟକ ଉମେଶ ଚନ୍ଦ୍ର ସ୍ୱାଇଁ, ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା, ସହିଦ ସୀତାରାମ ମୁର୍ମୁ ଓ ପ୍ରାଣବଳୀ ଦେଇଥିବା କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରି ସ୍ମୃତିଚାରଣ କରିଥିଲେ।

ଏହାପରେ ବିରୋଧୀ ଦଳ ଉପନେତା ବିଷ୍ଣୁଚରଣ ସେଠୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଗତ ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଦିବଂଗତଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରକାଶ କରିବା ପରେ ଅମର ଆତ୍ମାର ସଦଗତି ପାଇଁ ଏକ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ନୀରବ ପ୍ରାର୍ଥନା ପରେ ଦିବଂଗତଙ୍କ ସ୍ମୃତିରେ ବାଚସ୍ପତି ଅପରାହ୍ନ ୫ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖିଥିଲେ।

କଂଗ୍ରେସ ବିଧାୟକ ବିଧାନସଭା ଶୀତ ଅଧିବେସନ ଶୋକ ପ୍ରସ୍ତାବ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026
Latest News

ଭାରତ ଅଭିମୁଖେ ଆସୁଛି ୯୪,୦୦୦ ମେଟ୍ରିକ୍‌ ଟନ ବିଶିଷ୍ଟ ଦୁଇଟି ଏଲପିଜି ଜାହାଜ 

March 30, 2026

ଆଜି ମାର୍ଚ୍ଚ ୩୦ ତାରିଖ ସୋମବାରରେ କେଉଁ ରାଶି ଉପରେ କଣ ରହିଛି ପ୍ରଭାବ, ଜାଣନ୍ତୁ ରାଶିଫଳ

March 30, 2026

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.