କରୋନା ଅପଡେଟ୍: ଦେଶରେ ଆଜି ଚିହ୍ନଟ ହେଲେ ୮ ହଜାରରୁ ଊର୍ଦ୍ଦ୍ଵ ଆକ୍ରାନ୍ତ

Published: Dec 4, 2021, 11:19 am IST

ଦିଲ୍ଲୀ: ଆଜି ଦେଶରୁ ୮ ହଜାର ୬୦୩ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୪୭୧ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୨୪ ହଜାର ୩୬୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୦ ହଜାର ୫୩୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୫୩ ହଜାର ୮୫୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୯ ହଜାର ୯୭୪ ଆକ୍ଟିଭ୍‌ କେସ୍ ରହିଛି।

Related posts