ପୂର୍ବତଟ ରେଳପଥ ପକ୍ଷରୁ ମହାପରିନିର୍ବାଣ ଦିବସ ପାଳନ

Published: Dec 6, 2021, 4:23 pm IST

ଭୁବନେଶ୍ବର: ପୂର୍ବତଟ ରେଳପଥ ପକ୍ଷରୁ ଆଜି ଏହାର ମୁଖ୍ୟାଳୟ ଭୁବନେଶ୍ୱର ସ୍ଥିତ ରେଳସଦନ ଠାରେ ଭାରତ ରତ୍ନ ବାବା ସାହେବ ଡ଼. ଭୀମରାଓ ରାମଜୀ ଆମ୍ବେଦକରଙ୍କର ମହାପରିନିର୍ବାଣ ପାଳିତ ହୋଇଯାଇଅଛି। ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ସୁଧୀର କୁମାରଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀମାନେ ସ୍ବର୍ଗତ ବାବା ସାହେବ ଡ଼. ବି.ଆର.ଆମ୍ବେଦକରଙ୍କୁ ପୁଷ୍ପମାଲ୍ୟ ପ୍ରଦାନକରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ରେଳପଥର ପ୍ରମୁଖ କାର୍ମିକ ଅଧିକାରୀ ତୁଷାରକାନ୍ତି ମଣ୍ଡଳ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ପୂର୍ବତଟ ରେଳପଥର ସମସ୍ତ ରେଳମଣ୍ଡଳ ଯଥା ଖୋର୍ଦ୍ଧା ରୋଡ଼, ସମ୍ବଲପୁର ଓ ୱାଲଟିୟର ଠାରେ ମଣ୍ଡଳ ରେଳବାଇ ପ୍ରବନ୍ଧକ ମାନଙ୍କ ନେତୃତ୍ୱରେ ଅଧିକାରୀ ଓ କର୍ମଚାରୀ ମାନେ ମହାପରିନିର୍ବାଣ ଦିବସ ପାଳନ କରିବା ଅବସରରେ ବାବା ସାହେବଙ୍କ ଫୋଟୋ ଚିତ୍ରରେ ପୁଷ୍ପ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

Related posts