ଏକାଦଶ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାର ଦେବେ ଟଙ୍କା, ଜାଣନ୍ତୁ କେମିତି

Published: Dec 7, 2021, 6:28 pm IST

ଭୁବନେଶ୍ବର: ୨୦୨୧-୨୨ ଶିକ୍ଷା ବର୍ଷରେ ଏକାଦଶ ଶ୍ରେଣୀରେ ଅଧ୍ୟୟନ ରତ ୧୦୦୦ ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରତ୍ୟେକଙ୍କୁ ୫୦୦୦ ଲେଖାଏଁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପ୍ରଦାନ ପାଇଁ ପୋର୍ଟାଲ ମାଧ୍ୟମରେ ଆବେଦନ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାର ସୁଯୋଗ ନେବା ପାଇଁ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଅନୁରୋଧ କରାଯାଇଛି । ଏଥିପାଇଁ ଛାତ୍ରଛାତ୍ରମାନେ State Scholarship Portal https://scholarship.odisha.gov.in ଯାଇ ଲଗଅନ କରିବାକୁ ପଡିବ।

ପୁନଶ୍ଚ ଏକାଦଶ ଶ୍ରେଣୀରେ ଅଧ୍ୟୟନରତ ୧୦,୦୦୦ ଗରିବ ଓ ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରତ୍ୟେକଙ୍କୁ ବର୍ଷକୁ ୩୦୦୦ ଲେଖାଏ କନିଷ୍ଠ ମେଧାବୃତ୍ତି ପ୍ରଦାନ ପାଇଁ ବ୍ୟବସ୍ଥା ଥିବାବେଳେ ଶେଷ ତାରିଖ ୦୫.୧୨.୨୦୨୧ ସୁଦ୍ଧା ମାତ୍ର ୧୯୨୮ ଛାତ୍ରଛାତ୍ରୀ ଆବେଦନ କରିଥିବାରୁ ଆବେଦନ ଶେଷ ତାରିଖ ୨୭.୧୨.୨୦୨୧ କୁ ବୃଦ୍ଧି କରାଯାଇଛି ।

ଏହି ବୃତ୍ତି CBSE, ICSE, CHSE ଆଦି ବୋର୍ଡ ଅଧୀନରେ ପଢୁଥିବା ଶତକଡ଼ା ୬୦ ପ୍ରତିଶତ ନମ୍ବର ରଖିଥିବା ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଛାତ୍ରଛାତ୍ରୀମାନେ ବହୁସଂଖ୍ୟାରେ ଏହି ବୃତ୍ତି ପାଇଁ ଆବେଦନ କରିବାକୁ ଉତ୍ସାହିତ କରିବାକୁ ଅଧକ୍ଷମାନଙ୍କୁ ନିବେଦନ କରାଯାଇଛି । ଛାତ୍ରଛାତ୍ରୀମାନେ ଏହାର ସୁଯୋଗ ନେବା ସଙ୍ଗେ ସଙ୍ଗେ ଅଧ୍ୟୟନରେ ମନଯୋଗୀ ହୁଅନ୍ତୁ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଆହ୍ୱାନ ଦେଇଛନ୍ତି ।

Related posts