Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକାଦଶ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାର ଦେବେ ଟଙ୍କା, ଜାଣନ୍ତୁ କେମିତି
ଆଜିର ଖବର

ଏକାଦଶ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାର ଦେବେ ଟଙ୍କା, ଜାଣନ୍ତୁ କେମିତି

December 7, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏକାଦଶ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାର ଦେବେ ଟଙ୍କା, ଜାଣନ୍ତୁ କେମିତି

ଭୁବନେଶ୍ବର: ୨୦୨୧-୨୨ ଶିକ୍ଷା ବର୍ଷରେ ଏକାଦଶ ଶ୍ରେଣୀରେ ଅଧ୍ୟୟନ ରତ ୧୦୦୦ ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରତ୍ୟେକଙ୍କୁ ୫୦୦୦ ଲେଖାଏଁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପ୍ରଦାନ ପାଇଁ ପୋର୍ଟାଲ ମାଧ୍ୟମରେ ଆବେଦନ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାର ସୁଯୋଗ ନେବା ପାଇଁ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଅନୁରୋଧ କରାଯାଇଛି । ଏଥିପାଇଁ ଛାତ୍ରଛାତ୍ରମାନେ State Scholarship Portal https://scholarship.odisha.gov.in ଯାଇ ଲଗଅନ କରିବାକୁ ପଡିବ।

ପୁନଶ୍ଚ ଏକାଦଶ ଶ୍ରେଣୀରେ ଅଧ୍ୟୟନରତ ୧୦,୦୦୦ ଗରିବ ଓ ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରତ୍ୟେକଙ୍କୁ ବର୍ଷକୁ ୩୦୦୦ ଲେଖାଏ କନିଷ୍ଠ ମେଧାବୃତ୍ତି ପ୍ରଦାନ ପାଇଁ ବ୍ୟବସ୍ଥା ଥିବାବେଳେ ଶେଷ ତାରିଖ ୦୫.୧୨.୨୦୨୧ ସୁଦ୍ଧା ମାତ୍ର ୧୯୨୮ ଛାତ୍ରଛାତ୍ରୀ ଆବେଦନ କରିଥିବାରୁ ଆବେଦନ ଶେଷ ତାରିଖ ୨୭.୧୨.୨୦୨୧ କୁ ବୃଦ୍ଧି କରାଯାଇଛି ।

ଏହି ବୃତ୍ତି CBSE, ICSE, CHSE ଆଦି ବୋର୍ଡ ଅଧୀନରେ ପଢୁଥିବା ଶତକଡ଼ା ୬୦ ପ୍ରତିଶତ ନମ୍ବର ରଖିଥିବା ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଛାତ୍ରଛାତ୍ରୀମାନେ ବହୁସଂଖ୍ୟାରେ ଏହି ବୃତ୍ତି ପାଇଁ ଆବେଦନ କରିବାକୁ ଉତ୍ସାହିତ କରିବାକୁ ଅଧକ୍ଷମାନଙ୍କୁ ନିବେଦନ କରାଯାଇଛି । ଛାତ୍ରଛାତ୍ରୀମାନେ ଏହାର ସୁଯୋଗ ନେବା ସଙ୍ଗେ ସଙ୍ଗେ ଅଧ୍ୟୟନରେ ମନଯୋଗୀ ହୁଅନ୍ତୁ ବୋଲି ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ ଆହ୍ୱାନ ଦେଇଛନ୍ତି ।

Odisha scholarship school
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026
Latest News

ପଶ୍ଚିମବଙ୍ଗରେ ବଡ଼ ଦୁର୍ଘଟଣା: ଟ୍ରେନ୍ ସହିତ ଧକ୍କା ହେଲା ସ୍କୁଲ ଭ୍ୟାନ, ୨ ପିଲାଙ୍କ ସମେତ ୩ ମୃତ

July 17, 2026

NDAର ଅଂଶ ହେବ ଶରଦ ପାୱାରଙ୍କ ଦଳ?: ଫର୍ମୁଲା ଚୂଡ଼ାନ୍ତ 

July 17, 2026

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.