
ଦିଲ୍ଲୀ: ଆଜି ଦେଶରୁ ୮ ହଜାର ୪୩୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୧୯୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୫୬ ହଜାର ୮୨୨ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୩ ହଜାର ୯୫୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୮୯ ହଜାର ୫୩୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୩ ହଜାର ୭୩୩ ଆକ୍ଟିଭ୍ କେସ୍ ରହିଛି।