Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋଦାବରୀଶ ମହାବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ଓ ଦୁର୍ନୀତିକୁ ନେଇ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
ଆଜିର ଖବର

ଗୋଦାବରୀଶ ମହାବିଦ୍ୟାଳୟରେ ବିଭିନ୍ନ ଅନିୟମିତତା ଓ ଦୁର୍ନୀତିକୁ ନେଇ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

December 9, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ବିଗତ ଦିନରେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟରେ ଉନ୍ନୟନ ନିମନ୍ତେ ଆସୁଥିବା ସରକାରୀ ଅନୁଦାନର ଦୁରୁପଯୋଗ ଓ ଅନ୍ୟାନ୍ୟ ଦୁର୍ନୀତିକୁ ପରି ଗୁରୁତର ଅଭିଯୋଗ ଗୁଡିକର ଖବର ଏକାଧିକ ଗଣମାଧ୍ୟମରେ ପ୍ରକାଶିତ ହୋଇଥିଲା।  ଏହାକୁ ମହାବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀମାନେ ଗୁରୁତର ସହ ନେଇଛନ୍ତି। ଉକ୍ତ ଖବର ସେମାନଙ୍କୁ ବ୍ୟଥିତ କରିଥିବାର ଜଣାପଡ଼ିଛି।

ଗୋଦାବରୀଶ ମହାବିଦ୍ୟାଳୟ ସମଗ୍ର ରାଜ୍ୟରେ ଏକ ସୁନାମଧନ୍ୟ ମହାବିଦ୍ୟାଳୟ ହୋଇଥିବାବେଳେ ଉକ୍ତ ମହାବିଦ୍ୟାଳୟରେ ହୋଇଥିବା ବିଭିନ୍ନ ଅନିୟମିତତାର ଅଭିଯୋଗ ଉପରେ ପୁରାତନ ଛାତ୍ରଛାତ୍ରୀ ଚିନ୍ତା ପ୍ରକଟ କରିଛନ୍ତି। ଆଜି ପୁରାତନ ଛାତ୍ରଛାତ୍ରୀଙ୍କ ଏକ ପ୍ରତିନିଧି ଦଳ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା ଖୋର୍ଦ୍ଧା ଉପଜିଲ୍ଲାପାଳ ଆଇଏଏସ ଗୌରବ ଶିବାଜୀ ଈଶାଲୱରଙ୍କୁ ଭେଟିଛନ୍ତି। ଏବଂ ଉକ୍ତ ଅଭିଯୋଗଗୁଡିକର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ସହ ଦୋଷୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ସେମାନେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

ତେବେ ଉପଜିଲ୍ଲାପାଳ ଏହାକୁ ଗୁରୁତରସହ ନେଇଛନ୍ତି ଏବଂ ଏକ ଉଚ୍ଚସ୍ତରୀୟ ତଦନ୍ତ କରିବାପାଇଁ ପ୍ରତିଶୃତି ଦେଇଥିବାର ପୁରାତନ ଛାତ୍ରମାନେ କହିଛନ୍ତି। ଅନୁରୂପ ଭାବେ ଉକ୍ତ ପ୍ରତିନିଧି ଦଳ ଆଜି ଖୋର୍ଦ୍ଧା ଜିଲ୍ଲାପାଳ, ଉଚ୍ଚ ଶିକ୍ଷା ବିଭାଗ ନିର୍ଦ୍ଦେଶକ ଏବଂ ମୁଖ୍ୟ ସଚିବଙ୍କୁ ମଧ୍ୟ ଉକ୍ତ ଦାବିପତ୍ରର ନକଲ ପ୍ରଦାନ କରିଥିବାର ସୂଚନା ମିଳିଛି।

ଗୋଦାବରୀଶ ମହାବିଦ୍ୟାଳୟ ଦାବିପତ୍ର ପ୍ରଦାନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.