କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ୬୨୪ ଆକ୍ରାନ୍ତଙ୍କ ପ୍ରାଣହାନୀ

Published: Dec 10, 2021, 11:18 am IST

ଦିଲ୍ଲୀ: ଆଜି ଦେଶରୁ ୮ ହଜାର ୫୦୩ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୬୨୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୭୩ ହଜାର ୭୪୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୪ ହଜାର ୭୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୫ ହଜାର ୬୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୪ ହଜାର ୯୪୩ ଆକ୍ଟିଭ୍‌ କେସ୍ ରହିଛି।

Related posts