ରାଜ୍ୟରେ ଆଜି ଚିହ୍ନଟ ହେଲେ ୧୭୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 13, 2021, 10:45 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୭୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୩

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ – ୫

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୧

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୮୫

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୫

ସୁନ୍ଦରଗଡ଼ ଜିଲ୍ଲାରୁ – ୧୦

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୭୫୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୩୬୫ ଏବଂ ବର୍ତ୍ତମାନ ୧୮୯୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts