କରୋନା ଅପଡେଟ୍: ଦେଶରେ ୭ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

Published: Dec 13, 2021, 10:50 am IST

ଦିଲ୍ଲୀ: ଆଜି ଦେଶରୁ ୭ ହଜାର ୩୫୦ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୦୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୮୮ ହଜାର ୮୬୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୫ ହଜାର ୬୩୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୩୦ ହଜାର ୭୬୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୯୧ ହଜାର ୪୫୬ ଆକ୍ଟିଭ୍‌ କେସ୍ ରହିଛି।

Related posts