Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକରେ ୧୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

କଟକରେ ୧୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

December 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକରେ ୧୫୦୦ କୋଟି ଓ ଖୋର୍ଦ୍ଧାରେ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟ କଟକ ଓ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡର ଶୁଭାରମ୍ଭ କରିବା ଅବସରରେ ସେ ଏହି ପ୍ରକଳ୍ପଗୁଡିକର ଶୁଭାରମ୍ଭ ତଥା ଭିତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିରେ କଟକ ପାଇଁ ୧୫୦୦ କୋଟି ଟଙ୍କା ଓ ଖୋର୍ଦ୍ଧା ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।

କଟକ ଜିଲ୍ଲା ପାଇଁ କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଲକ୍ଷ୍ୟ ପୂରଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାର ନିଦର୍ଶନ ହେଉଛି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ । ସ୍ୱାସ୍ଥ୍ୟ ହିଁ ସମ୍ପଦ । ଜନସାଧାରଣଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଦିଗରେ ଏହି କାର୍ଡ ରକ୍ଷା କବଚ ଭଳି ସେବା ଯୋଗାଇ ଚାଲିବ ବୋଲି ସେ କହିଥିଲେ ।

କଟକର SCB Medical College କୁ ଏକ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟ ସେବା ଅନୁଷ୍ଠାନ ଭାବରେ ଗଢିବା ପାଇଁ ସରକାରଙ୍କ ପଦକ୍ଷେପ ବିଷୟରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ ଦେଶର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ହୋଇ ରହିବ। କଟକବାସୀଙ୍କ ପ୍ରିୟ ଶ୍ରମିକ ନେତା ବିଶ୍ୱନାଥ ପଣ୍ଡିତଙ୍କୁ ସ୍ମରଣ କରି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ବିଶ୍ୱନାଥ ପଣ୍ଡିତ ସେଣ୍ଟ୍ରାଲ ଲାଇବ୍ରେରୀକୁ ପୁରୀ-ଅନୁଗୁଳ ବସ୍‌ଷ୍ଟାଣ୍ଡ ନିକଟରେ ପୁନଃସ୍ଥାପିତ କରାଯାଇ ଏକ ଅତ୍ୟାଧୁନିକ ଲାଇବ୍ରେରୀ ଭାବରେ ନିର୍ମାଣ କରାଯିବ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026
Latest News

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.