
ଦିଲ୍ଲୀ: ଆଜି ଦେଶରୁ ୫ ହଜାର ୭୮୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୫୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୬ ଲକ୍ଷ ୯୪ ହଜାର ୬୫୨ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୫ ହଜାର ୮୮୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୩୮ ହଜାର ୭୬୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮୮ ହଜାର ୯୯୩ ଆକ୍ଟିଭ୍ କେସ୍ ରହିଛି।