Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଊମାମହେଶ୍ୱର ମନ୍ଦିର ପରିଚାଳନା କମିଟିକୁ ବିରୋଧ: ଆନ୍ଦୋଳନ ଲାଗି ଏକାଠି ହେଲେ ଶତାଧିକ ଜନତା
ଆଜିର ଖବର

ଊମାମହେଶ୍ୱର ମନ୍ଦିର ପରିଚାଳନା କମିଟିକୁ ବିରୋଧ: ଆନ୍ଦୋଳନ ଲାଗି ଏକାଠି ହେଲେ ଶତାଧିକ ଜନତା

December 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଅପରାହ୍ନରେ ବାଲୁଗାଁ ଉମାମହେଶ୍ୱର ବଣିକ ସଙ୍ଘ ପରିସରରେ ଅଠର ଖଣ୍ଡ ମୌଜାର ଶତାଧିକ ଜନତା ଶ୍ରୀ ଶ୍ରୀ ଉମାମହେଶ୍ୱର ଦେବଙ୍କ ସୁରକ୍ଷା ନେଇ ବିଶାଳ ଜନ ଆନ୍ଦୋଳନ କରିଛନ୍ତି। ଏଥିନିମନ୍ତେ ସମାଜସେବୀ ପ୍ରସାଦ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏହି ଅଠର ଖଣ୍ଡ ମୌଜା ତଥା ଏନ୍ଏସିର ପୁରୁଖା ବ୍ୟକ୍ତି ବିଶେଷଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।

ସୂଚନା ମୁତାବକ ଗତ ୧୧ ତାରିଖରେ ନୂଆ ପରିଚାଳନା କମିଟି ଗଠନ ପାଇଁ ନିର୍ଦ୍ଦେଶ ଥିବା ଯୋଗୁଁ ସେଠାରେ ନୂତନ କରି ୯ ଜଣିଆ କମିଟି ଗଠନ ହୋଇଥିଲା। ଉକ୍ତ କମିଟିରେ ୯ ଜଣ କମିଟି ମେମ୍ବର ଥିବାବେଳେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ସଭାପତି ଭାବେ ମନୋନୀତ କରାଯାଇଥିଲା। ମାତ୍ର ସାଧାରଣ ଜନତା ତଥା ବୁଦ୍ଧିଜୀବୀ ମହଲ ଏହି କମିଟିକୁ ଗ୍ରହଣ କରିପାରୁନଥିବାରୁ ମନ୍ଦିର ପରିସରରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଇଥିଲା।ଏପରିକି ଆଗକୁ କୌଣସି ଅପ୍ରୀତିକର ପରିସ୍ଥିତି ହେବାର ଆଶଙ୍କା କରି ପୋଲିସ ୧୪୪ ଧାରା ଲାଗୁ କରିଥିଲା। ଯାହାଫଳରେ ମନ୍ଦିର ପ୍ରାଙ୍ଗଣରେ ୫ ଜଣ ରୁ ଅଧିକ ଭକ୍ତଙ୍କ ସମାଗମ ଉପରେ ରୋକ ଲାଗିବା ସହ ଅଦ୍ୟାବଧି ୧୪୪ ଧାରା ବଳବତ୍ତର ରହିଛି।ଯେଉଁଥିପାଇଁ ଶ୍ରଦ୍ଧାଳୁମାନେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ତେବେ ଏହାକୁ ନେଇ ଆଜି ବାଲୁଗାଁ ସଚେତନ ନାଗରିକ ମଞ୍ଚର ଆହ୍ୱାନ କ୍ରମେ ଅଠର ଖଣ୍ଡ ମୌଜାର ସାଧାରଣ ଜନତା ଦୃଢ଼ ବିରୋଧ କରିଛନ୍ତି ଏବଂ “ଶ୍ରୀ ଶ୍ରୀ ଉମାମହେଶ୍ୱରଦେବ ସୁରକ୍ଷା ମଞ୍ଚ” ଗଠନ କରାଯାଇ ଏହା ମାଧ୍ୟମରେ ଆନ୍ଦୋଳନକୁ ତୀବ୍ର କରିବାକୁ ନିଷ୍ପତ୍ତି ନେଇଛନ୍ତି। ନିକଟ ଭବିଷ୍ୟତରେ ଏହି ନୂତନ କମିଟିକୁ ରଦ୍ଦ କରି ସୁରକ୍ଷା ମଞ୍ଚ ପରାମର୍ଶରେ ଏକ ନୂତନ ପରିଚାଳନା କମିଟି ଗଠନ କରିବା ପାଇଁ ଦେବୋତ୍ତର କମିଶନରଙ୍କୁ ଅନୁରୋଧ କରାଯିବାକୁ ସ୍ଥିରିକୃତ କରାଯାଇଥିବା ବେଳେ ଆଗାମି ଦିନରେ କିପରି ମନ୍ଦିର ପରିଚାଳନା ସୁରୁଖୁରୁରେ ହେବ ତାହାକୁ ନେଇ ବିସ୍ତ୍ରୁତ ଆଲୋଚନା କରାଯାଇଛି।

ଆନ୍ଦୋଳନ ବାଲୁଗାଁ ମନ୍ଦିର ପରିଚାଳନା କମିଟି ଶ୍ରୀ ଶ୍ରୀ ଉମାମହେଶ୍ୱର ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026
Latest News

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026

UPI ପେମେଣ୍ଟରେ ଲାଗିବ ₹୫! କେଉଁଠି କେତେ ଚାର୍ଜ, ଜାଣନ୍ତୁ ପୂରା ହିସାବ

September 16, 2026

ଆଜି ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ: ଅନେକ ବିକାଶମୂଳକ ପ୍ରକଳ୍ପର କରିବେ ଶୁଭାରମ୍ଭ

September 16, 2026

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.