
ନୂଆଦିଲ୍ଲୀ: ଆଜି ଦେଶରୁ ୬ ହଜାର ୯୮୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୪୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୧ ହଜାର ୬୩୬ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୬ ହଜାର ୧୩୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୪୬ ହଜାର ୯୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮୭ ହଜାର ୫୬୨ ଆକ୍ଟିଭ୍ କେସ୍ ରହିଛି।