କରୋନା ଅପଡେଟ୍: ଦେଶରେ ଆଉ ୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

Published: Dec 17, 2021, 10:13 am IST

ନୂଆଦିଲ୍ଲୀ: ଆଜି ଦେଶରୁ ୭ ହଜାର ୪୪୭ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୩୯୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୨୬ ହଜାର ୪୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୬ ହଜାର ୮୬୯ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୬୨ ହଜାର ୭୬୫ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮୬ ହଜାର ୪୧୫ ଆକ୍ଟିଭ୍‌ କେସ୍ ରହିଛି।

Related posts