ରାଜ୍ୟରେ ୧୬୯ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

Published: Dec 18, 2021, 10:24 am IST

ଭୁବନେଶ୍ବର:  ଆଜି ରାଜ୍ୟରେ ୧୬୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୯

ଦେବଗଡ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୭

ଯାଜପୁର ଜିଲ୍ଲାରୁ – ୩

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୮୮

ମୟୂରଭଞ୍ଜ ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୦

ସୁନ୍ଦରଗଡ଼ ଜିଲ୍ଲାରୁ – ୯

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୬୪୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨୨୪ ଏବଂ ବର୍ତ୍ତମାନ ୧୯୨୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Related posts