କରୋନା ଅପଡେଟ୍: ଦେଶରେ ଆଉ ୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

Published: Dec 18, 2021, 10:34 am IST

ନୂଆଦିଲ୍ଲୀ: ଆଜି ଦେଶରୁ ୭ ହଜାର ୧୪୫ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୨୮୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୩୩ ହଜାର ୨୨୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୭ ହଜାର ୧୫୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୧ ଲକ୍ଷ ୭୧ ହଜାର ୪୭୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮୪ ହଜାର ୫୬୫ ଆକ୍ଟିଭ୍‌ କେସ୍ ରହିଛି।

Related posts