Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ: ଅଜଣା ଗାଡ଼ି ଧକ୍କାରେ ବୃଦ୍ଧା ମୃତ
ଆଜିର ଖବର

ବାଲୁଗାଁ: ଅଜଣା ଗାଡ଼ି ଧକ୍କାରେ ବୃଦ୍ଧା ମୃତ

December 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ତାରିଣୀ ଢ଼ାବା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ ବାଲୁଗାଁ ଥାନା ବାଙ୍କିଆପଲି ଗ୍ରାମର ରୀନା ବେହେରା (୭୨) ନାମକ ଜଣେ ବୃଦ୍ଧା ଆଜି ମଧ୍ୟାହ୍ନରେ ମାଛ ବିକ୍ରି କରିବା ଉଦ୍ଦେଶ୍ୟରେ ପାରିକଂସାରୀ ଯିବା ପାଇଁ ଉଦ୍ୟତ ହେଉଥିଲେ। ସେହିସମୟରେ ବୃଦ୍ଧା ଜଣଙ୍କ ତାରିଣୀ ଢ଼ାବା ନିକଟରେ ସଡ଼କ ପାର କରୁଥିବା ସମୟରେ ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଦୃତ ଗତିରେ ଯାଉଥିବା ଏକ ଅଜଣା ଗାଡ଼ି ରୀନାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା।

ତେବେ ଗୁରୁତର ଅବସ୍ଥାରେ ରୀନାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିବା ସହ ୧୦୮ ଆମ୍ବୁଲାନ୍ସ ଯୋଗେ ବାଲୁଗାଁ ମେଡିକାଲ ପଠାଇଥିଲେ। ଏହାପରେ ଦୁର୍ଘଟଣା ସମ୍ପର୍କରେ ବାଲୁଗାଁ ଥାନାକୁ ସୂଚନା ଦେଇଥିଲେ। କିନ୍ତୁ ମେଡିକାଲରେ ରୀନାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଦେଇଥିବା ବେଳେ କେସ ନମ୍ବର ୨୨୫/୨୧ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରିରଖିଥିବାର ତଦନ୍ତକାରୀ ଅଧିକାରୀ ଏଏସଆଇ ଶରତ କୁମାର ପ୍ରଧାନ ସୂଚନା ଦେଇଛନ୍ତି। ତେବେ ରୀନାଙ୍କ ପରିବାର ବର୍ଗ କେହି ନଥିବା ବେଳେ କେବଳ ଜଣେ ବିବାହିତା ଝିଅ ଥିବା ସୂଚନା ମିଳିଛି।

ଅଜଣା ଗାଡି ଧକ୍କା ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026
Latest News

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.