Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନଭଜୋତ ସିଂ ସିଦ୍ଧୁଙ୍କୁ ଇସିଙ୍କ କାରଣ ଦର୍ଶାଅ ନୋଟିସ୍‌
ଆଜିର ଖବର

ନଭଜୋତ ସିଂ ସିଦ୍ଧୁଙ୍କୁ ଇସିଙ୍କ କାରଣ ଦର୍ଶାଅ ନୋଟିସ୍‌

April 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ec notice to congress leader sidhu
ec notice to congress leader sidhu

ଦେଶରେ ନିର୍ବାଚନୀ ବାତାବରଣ ବେଶ୍‌ ସରରଗମ। ଦୁଇଟି ପର୍ଯ୍ୟାୟର ନିର୍ବାଚନ ସରିଯାଇଥିବାବେଳେ ଆଉ ଗୋଟିଏ ଦିନ ପରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଭିତରେ ଜାରି ରହିଛି ଆରୋପ ପ୍ରତ୍ୟାରୋପ ସହ ଭୋଟର୍‌ଙ୍କୁ ଆକୃଷ୍ଟ ପାଇଁ ପ୍ରାଣମୂର୍ଛା ଉଦ୍ୟମ। ଏହି ଭିତରେ ରାଜନୈତିକ ଦଳମାନେ ନିଜ ନିଜର ବକ୍ତବ୍ୟକୁ  ନେଇ ସଚେତନ ରହୁନାହାନ୍ତି। ନିର୍ବାଚନ ତାରିଖ ଘୋଷଣା ହେବାପରଠାରୁ ନିର୍ବାଚନ ଆଚରଣ ବିଧି ଲାଗୁ କରାଯାଇଛି। ଆମର ତଥାକଥିତ ନେତାମାନେ କିନ୍ତୁ ତାଙ୍କ ମୁହଁରେ ଲଗାମ ଦେବା ପାଇଁ ଚେଷ୍ଟା ମଧ୍ୟ କରୁନାହାନ୍ତି। ନିକଟରେ ଇସି ଏପରି ବିବାଦୀୟ ମନ୍ତବ୍ୟ ପାଇଁ ଯୋଗୀ ଆଦିତ୍ୟନାଥ, ମାୟାବତୀ, ସୁଶ୍ରୀ ପ୍ରଜ୍ଞା, ମାନେକା ଗାନ୍ଧି ତଥା ଆଜମ୍‌ ଖାନ୍‌ଙ୍କୁ ନୋଟିସ୍‌ ଜାରି କରି ଜବାବ ତଲବ କରିଥିବାବେଳେ କଂଗ୍ରେସର ନେତା ନଭ୍‌ଜୋତ୍‌ ସିଂ ସିଦ୍ଧୁ ପୁଣି ଥରେ ଇସିଙ୍କ ଛାଟ ପଡିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ଲାଗି କଂଗ୍ରେସ ନେତା ନଭଜୋତ୍‌ ସିଂ ସିଦ୍ଧୁଙ୍କୁ ନିର୍ବାଚନ କମିଶନ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୨୪ ଘଣ୍ଟା ମଧ୍ୟରେ ଜବାବ ଦାଖଲ କରିବାକୁ ତାଙ୍କୁ କୁହାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରାଜିତ କରିବା ଲାଗି ସେ ମୁସଲମାନ ଭୋଟରଙ୍କୁ ଆହ୍ବାନ ଦେଇଥିଲେ। ସେ ଆଦର୍ଶ ଆଚରଣ ବିଧି ଏବଂ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଉଲ୍ଲଂଘନ କରିଥିବା ପ୍ରମାଣ ମିଳିଯାଇଛି। ରାଜନୈତିକ ପ୍ରଚାର ପାଇଁ ଧର୍ମୀୟ ସହାୟତା ନ ନେବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଥିଲେ। ବିହାର କଟିହାର ଜିଲ୍ଲାର ଏକ ନିର୍ବାଚନୀ ସଭାରେ ସିଦ୍ଧୁଙ୍କ ବିବାଦୀୟ ମନ୍ତବ୍ୟ ପାଇଁ ତାଙ୍କ ବିରୋଧରେ ଏତଲା ଦାଏର ହୋଇଛି।

ec notice sidhu thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ

August 30, 2026
Latest News

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ

August 30, 2026

ଭାରତଠାରୁ ୧୦ ଲକ୍ଷ ବ୍ୟାରେଲ ତେଲ ଆମଦାନୀ କଲା ରୁଷ: ଜାଣନ୍ତୁ କାରଣ

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.