Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ନାଗରିକ ସମାଜର ଦାବି: ପାଇକ ବିଦ୍ରୋହ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ପାଉ
ଆଜିର ଖବର

ଓଡ଼ିଶା ନାଗରିକ ସମାଜର ଦାବି: ପାଇକ ବିଦ୍ରୋହ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ପାଉ

December 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ନାଗରିକ ସମାଜର ୧୨ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱରସ୍ଥିତ ଗୀତଗୋବିନ୍ଦ ସଦନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ‘ପାଇକ ବିଦ୍ରୋହ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ’ ଶୀର୍ଷକ ଆଲୋଚନା ଚକ୍ରରେ ରାଜ୍ୟର ବହୁ ବୁଦ୍ଧିଜୀବୀ, ଐତିହାସିକ, ଗବେଷକ, ବରିଷ୍ଠ ନାଗରିକ ଓ ଛାତ୍ରଛାତ୍ରୀ ଯୋଗଦେଇ ତାଙ୍କର ସୁଚିନ୍ତିତ ମତାମତ ଦେଇଥିଲେ।

ଓଡ଼ିଶା ନାଗରିକ ସମଜାର ସଭାପତି ଇଂ ଲଳିତ ମୋହନ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ଐତିହାସିକ ପ୍ରଫେସର ନାରାୟଣ ରାଓ ମତବ୍ୟକ୍ତ କରି କହିଥିଲେ ଯେ, ଓଡ଼ିଶା ପାଇକ ବିଦ୍ରୋହ ଯେ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ, ଏ ନେଇ ଅନେକ ଗବେଷଣାତ୍ମକ ତଥ୍ୟ ରହିଛି ଏବଂ ଏହାକୁ ଗବେଷଣା ପରିଷଦରେ ସଠିକ୍ ଭାବରେ ଉପସ୍ଥାପନ କରି ପ୍ରମାଣିତ କରିବାର ଆବଶ୍ୟକତା ରହିଛି। ଓଡ଼ିଆ ଅସ୍ମିତାକୁ ବିଶ୍ୱ ଦରବାରରେ ମାନ୍ୟତା ଦେବା ପାଇଁ ଦଳମତ ନିର୍ବିଶେଷରେ ସମସ୍ତ ଓଡ଼ିଆ ଏକବଦ୍ଧ ହୋଇ ଆଗେଇ ଆସିବା ଉଚିତ୍ ବୋଲି ମୁଖ୍ୟ ଅତିଥି ଖଣ୍ଡପଡ଼ା ବିଧାୟକ ଓ ସମ୍ବାଦର ସମ୍ପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ ଆହ୍ୱାନ ଦେଇଥିଲେ।

ପୂର୍ବତନ ମନ୍ତ୍ରୀ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନେତା ପ୍ରସାଦ ହରିଚନ୍ଦନ ଓଡ଼ିଆ ଜାତିର ବୀରତ୍ୱ ଓ ଐତିହ୍ୟର ସ୍ମୃତି ରୋମନ୍ଥନ କରିଥିଲେ। ଲଢୁଆ ଓଡ଼ିଆ ଜାତି କେବେ ଶୋଇନାହିଁ କି ଶୋଇବ ନାହିଁ ବୋଲି ମତବ୍ୟକ୍ତ କରିଥିଲେ।

ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ପାଇକ ବିଦ୍ରୋହ ଯେ ସ୍ୱାଧୀନତା ସଂଗ୍ରାମର ପ୍ରଥମ ଗଣବିଦ୍ରୋହ ଏହା ଦୃଢ ଭାବେ କହିଥିଲେ।

ପୂର୍ବତନ ସାଂସଦ ବ୍ରଜକିଶୋର ତ୍ରିପାଠୀ ଓ ଓଡ଼ିଶା ନାଗରିକ ସମାଜର ମୁଖ୍ୟ ଉପଦେଷ୍ଟା ଡଃ ଭଗବାନ ପ୍ରକାଶଙ୍କ ସୁଚିନ୍ତିତ ମାର୍ଗ ଦର୍ଶନରେ ଏହି ଦାବୀ ପୂରଣ ପାଇଁ ଉପଯୁକ୍ତ ପଦକ୍ଷେପ ନିଆଯିବ ଏବଂ ଆବଶ୍ୟକସ୍ଥଳେ ଏହା ଏକ ଆନ୍ଦୋଳନରେ ପରିଣତ କରାଯିବାର ପ୍ରସ୍ତାବ ମଧ୍ୟ ଦେଇଥିଲେ।

ଏହି ଅବସରରେ ଐତିହାସିକ ପ୍ରଫେସର ନାରାୟଣ ରାଓ, ରିକ୍ସାଚାଳକଙ୍କୁ ସମସ୍ତ ସମ୍ପତ୍ତି ଦାନ କରି ଏକ ଜ୍ୱଳନ୍ତ ଉଦାହରଣ ସୃଷ୍ଟି କରିଥିବା ଶ୍ରୀମତୀ ମିନତୀ ପଟ୍ଟନାୟକ ଓ ନାଲ୍‌କୋର ପୂର୍ବତନ ନିର୍ଦ୍ଦେଶକ ଶଶୀଭୂଷଣ ନାୟକଙ୍କୁ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ଶୋଭନୀୟ ଶିକ୍ଷାଶ୍ରମର କୁନି କୁନି ଝିଅମାନେ ନୃତ୍ୟ ପରିବେଷଣ କରିଥିଲେ।

ଓଡ଼ିଶା ନାଗରିକ ସମାଜର ଉପସଭାପତି ଡଃ ରୀନା ରାଉତରାୟଙ୍କ ସଂଯୋଜନାରେ ପରିଚାଳିତ ଏହି କାର୍ଯ୍ୟକ୍ରମ ପ୍ରରମ୍ଭରେ ଉପସଭାପତି ରମେଶ ଚନ୍ଦ୍ର ମହାନ୍ତି ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିଲେ। ପ୍ରତିଷ୍ଠାତା ସମ୍ପାଦକ ମଜୋନ ଜେନା ଓଡ଼ିଶା ନାଗରିକ ସମାଜର ଦୀର୍ଘ ବାରବର୍ଷର ଯାତ୍ରା, ସଂଘର୍ଷ ଓ ସଫଳତା ଉପରେ ଆଲୋକପାତ କରିଥିଲେ। ଲିଲି ଜେନାମଣି ଅତିଥି ମାନଙ୍କୁ ସ୍ୱାଗତ କରିଥିଲେ ଓ ଶେଷରେ ଭକ୍ତଚରଣ ଧନ୍ୟବାଦ ଅର୍ପଣ କରିଥିଲେ। ଅପର୍ଣ୍ଣା ନାୟକ, ଡଃ ଅରୁନ୍ଧତୀ ଦେବୀ, ଆଇନଜୀବୀ ବୀର କିଶୋର ନାୟକ, ଦିଲ୍ଲୀପ ହରିଚନ୍ଦନ, ମାନସ ଜେନା, ସଞ୍ଜୟ ପଟ୍ଟନାୟକ, ପ୍ରମୋଦ ସାମନ୍ତରାୟ, ଜ୍ୟୋତ୍ସ୍ନା ଦାସ, ବାସୁଦେବ ଭଟ୍ଟ ପ୍ରମୁଖଙ୍କ ପରିଚାଳନାରେ ବହୁ ବୁଦ୍ଧିଜୀବୀ ଯୋଗ ଦେଇ ସେମାନଙ୍କର ସୁଚିନ୍ତିତ ପରାମର୍ଶ ଦେଇଥିଲେ।

ଓଡ଼ିଶା ନାଗରିକ ସମାଜ ପାଇକ ବିଦ୍ରୋହ ପ୍ରଥମ ସ୍ୱାଧୀନତା ସଂଗ୍ରାମ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆରେ ଆଇଏନଏଇ ଟେକ୍ନୋଲୋଜି କନ୍‌କ୍ଲେଭ: ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟାର ବିକାଶ ଉପରେ ଗୁରୁତ୍ୱାରୋପ

July 12, 2026

ସହରାଞ୍ଚଳ ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ହୁଡକୋ ସହ ଓଡ଼ିଶାର ସହଭାଗିତା

July 12, 2026

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026
Latest News

ସୋଆରେ ଆଇଏନଏଇ ଟେକ୍ନୋଲୋଜି କନ୍‌କ୍ଲେଭ: ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟାର ବିକାଶ ଉପରେ ଗୁରୁତ୍ୱାରୋପ

July 12, 2026

ସହରାଞ୍ଚଳ ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ହୁଡକୋ ସହ ଓଡ଼ିଶାର ସହଭାଗିତା

July 12, 2026

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.