Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୪ ଜିଲ୍ଲା ପାଇଁ “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା”ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

୪ ଜିଲ୍ଲା ପାଇଁ “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା”ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

December 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ଅହରହ କାର୍ଯ୍ୟ କରୁଛନ୍ତି। ତେଣୁ ରାଜ୍ୟର ଲୋକମାନେ କିଭଳି ଉତ୍ତମ ସ୍ୱାସ୍ଥ୍ୟ ସେବା ପାଇପାରିବେ, ସେଥିପାଇଁ ରାଜ୍ୟ ସରକାର ଗୁରୁତ୍ଵ ଦେଉଛନ୍ତି। ତେବେ ବିଜୁ ହେଲଥ ସ୍ମାର୍ଟ କାର୍ଡର ବଣ୍ଟନ ରାଜ୍ୟବ୍ୟାପୀ ଚାଲିଥିବା ବେଳେ ଲୋକମାନଙ୍କ ପାଇଁ ଆଉ ଏକ ବଡ ସ୍ୱାସ୍ଥ୍ୟ ସେବା ରାଜ୍ୟ ସରକାର ନେଇଆସୁଛନ୍ତି। “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା” ନାମରେ ଲୋକଙ୍କୁ ଆଉ ଏକ ସେବା ଯୋଗାଇଦେବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଆଜି ଭୁବନେଶ୍ଵରସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରେ “ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା” ର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପ୍ରଥମ ପର୍ଯ୍ୟାୟରେ ୪ ଟି ଜିଲ୍ଲା ପାଇଁ ଏହି ସ୍ୱାସ୍ଥ୍ୟ ସେବା ଆରମ୍ଭ କରାଯାଇଛି। ପ୍ରଥମ ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଏବଂ ନୂଆପଡା ଜିଲ୍ଲା ପାଇଁ ଏହି ସେବା ଆରମ୍ଭ କରାଯାଇଛି। ଏହି ସେବା ମାଧ୍ୟମରେ ଗୁରୁତର ରୋଗୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଙ୍କୁ ଚିକିତ୍ସିତ ହସ୍ପିଟାଲରେ ପହଞ୍ଚାଇବା ପାଇଁ ବ୍ୟବସ୍ଥା କରାଯାଇଛି। ଏହା ବ୍ୟତୀତ ଆବଶ୍ୟକ ପଡିଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ରୋଗୀଙ୍କୁ ଏୟାରଲିଫ୍ଟ କରାଯାଇପାରିବ। ଏଥିପାଇଁ ରାଜ୍ୟ ସରକାର ସବୁ ଖର୍ଚ୍ଚ ବହନ କରିବେ।

ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନଵ ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026
Latest News

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026

ଫୁଲୁଛି ବୁଢ଼ାବଳଙ୍ଗ, ବଢ଼ୁଛି ବିପଦ: ଜଳବନ୍ଦୀ ଅନେକ ପରିବାର

August 13, 2026

ବୈତରଣୀରେ ବଢୁଛି ବନ୍ୟାଜଳ, କେନ୍ଦୁଝର ପାଟଣା ଓ ଆନନ୍ଦପୁରରେ ବିପଦ ସଂକେତ ଟପିଲା

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.