Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁଚିଣ୍ଡାରେ ନବୀନ : ମୁଁ ବଞ୍ଚିଥିବା ଯାଏଁ କେହି କାଳିଆ ଯୋଜନାକୁ ବନ୍ଦ କରିପାରିବେ ନାହିଁ
ଆଜିର ଖବର

କୁଚିଣ୍ଡାରେ ନବୀନ : ମୁଁ ବଞ୍ଚିଥିବା ଯାଏଁ କେହି କାଳିଆ ଯୋଜନାକୁ ବନ୍ଦ କରିପାରିବେ ନାହିଁ

April 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen pattanaik in kuchinda rally
naveen pattanaik in kuchinda rally

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ହେଉଛି ଶେଷ ପ୍ରଚାର ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବଲପୁରର କୁଚିଣ୍ଡା ସହରର ମୁକୁନ୍ଦି ଖେଳ ପଡ଼ିଆରେ ନିର୍ବାଚନ ପ୍ରଚାର କରିଛନ୍ତି। ରବିବାର ଦିନ ଆୟୋଜିତ ଏହି ସଭାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦବୋଧନ ଦେଇଛନ୍ତି। ସେ ନିଜର ଅଭିଭାଷଣରେ କହିଛନ୍ତି, କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହେଲେଣି। କିନ୍ତୁ କେନ୍ଦ୍ର ଏହାକୁ ବନ୍ଦ କରିବାକୁ ଚକ୍ରାନ୍ତ କରୁଛି। ସେ ଥିବା ଯାଏଁ କେହି କାଳିଆ ଯୋଜନାକୁ ବନ୍ଦ କରିପାରିବେ ନାହିଁ ବୋଲି ଦୃଢୋକ୍ତି ପ୍ରକାଶ କରିଛନ୍ତି ନବୀନ। ସେପରି ରାଜ୍ୟର ସରକାର ଆସିବାର ପ୍ରଥମ ଦିନରେ କାଳିଆ ଯୋଜନାର ଦୁଇଟି କିସ୍ତିର ୧୦ ହଜାର ଟଙ୍କା ଏକାସାଙ୍ଗରେ ବ୍ୟାଙ୍କ ଖାତାକୁ ଯିବ ବୋଲି କହିଛନ୍ତି ନବୀନ। ସେହିପରି ମହିଳାଙ୍କ ହକ୍‌ ପାଇଁ ବିଜେଡ଼ି ସଦାସର୍ବଦା ତତ୍ପରତା ଦେଖାଇଛି। ମିଶନ ଶକ୍ତି ମହିଳାଙ୍କୁ ସହାୟତା ଦେଉଛି। ଏହି ନିର୍ବାଚନୀ ପ୍ରଚାରରେ କେନ୍ଦ୍ର ଉପରକୁ ଆକ୍ରମଣ କରିଛନ୍ତି ନବୀନ। କେବଳ ଭୋଟ ସମୟ ଆସିବାରୁ କେନ୍ଦ୍ରୀୟ ନେତାମାନେ ଓଡ଼ିଶାକୁ ଆସୁଛନ୍ତି। ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେମାନେ କୁଆଡ଼େ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ସମବେତ ଜନତାଙ୍କୁ କହିଥିଲେ। କେନ୍ଦ୍ର ଅନୁସୂଚୀତ ଜାତି/ଜନଜାତି ବିଦ୍ୟାର୍ଥୀଙ୍କ ବୃତ୍ତି ଅର୍ଥ ବନ୍ଦ କଲେ। କୋଶଳୀ ଭାଷାକୁ ସାମ୍ବିଧାନିକ ମାନ୍ୟତା ଦେଲେ ନାହିଁ। ସେପରି ଚଳିତ ନିର୍ବାଚନରେ ବିଜେପି ବହୁତ କମ୍‌ ଆସନ ପାଇବ, ବିଜେପିର ନେତାମାନେ ବିଭ୍ରାନ୍ତିକର କଥା କହୁଛନ୍ତି ବୋଲି ନବୀନ କହିଛନ୍ତି। ସାଢେ ଚାରିକୋଟି ରାଜ୍ୟବାସୀ ହେଉଛନ୍ତି ତାଙ୍କ ପରିବାର। ଜନତାଙ୍କ ଆଶୀର୍ବାଦ ଭିକ୍ଷା କରିବା ସହିତ ନିଜ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଛନ୍ତି ନବୀନ।

kuchinda naveenpattanaik rally thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Latest News

ବିଶ୍ୱର ନମ୍ବର-୧ ନେତା ହେଲେ ପ୍ରଧାନମନ୍ତ୍ରୀ ମୋଦି!: ବହୁତ ଦୂରରେ ଟ୍ରମ୍ଫ-ପୁଟିନ

February 26, 2026

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.