କରୋନା ଅପଡେଟ୍: ଦେଶରେ ୬ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

Published: Dec 22, 2021, 10:44 am IST

ନୂଆଦିଲ୍ଲୀ: ଆଜି ଦେଶରୁ ୬ ହଜାର ୩୧୭ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୩୧୮ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୫୨ ହଜାର ୧୬୪ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୮ ହଜାର ୩୨୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୨ ଲକ୍ଷ ୧ ହଜାର ୯୬୬ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭୮ ହଜାର ୧୯୦ ଆକ୍ଟିଭ୍‌ କେସ୍ ରହିଛି।

Related posts