Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ଖବରକାଗଜ ହକରମାନଙ୍କୁ ମିଳିଲା ସ୍ୱତନ୍ତ୍ର କୋଭିଡ ସହାୟତା, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ଖବରକାଗଜ ହକରମାନଙ୍କୁ ମିଳିଲା ସ୍ୱତନ୍ତ୍ର କୋଭିଡ ସହାୟତା, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

December 23, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଖବରକାଗଜ ହକରମାନଙ୍କ ପାଇଁ ଆଜି ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନର ଶୁଭାରମ୍ଭ କରିଛନ୍ତି। ଏଥି ସହିତ ଖବରକାଗଜ ହକରମାନଙ୍କୁ ଅଣ ସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରାଯାଇଛି। ଏହି ସହାୟତା ନିମନ୍ତେ ରାଜ୍ୟର ୭୩୦୦ ହକରମାନଙ୍କ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏଁ ସହାୟତା ପାଇଛନ୍ତି।

ଏହି ଅର୍ଥ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି। କୋଭିଡ ମହାମାରୀ ସମୟରେ ମଧ୍ୟ ହକରମାନେ ପାଠକମାନଙ୍କୁ ଖବରକାଗଜ ଯୋଗାଇଛନ୍ତି। ଖବରକାଗଜ ହକର ମାନଙ୍କୁ ଅଣ ସଂଗଠିତ ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରାଯାଇ ଦୁର୍ଘଟଣାଜନିତ ମୃତ୍ୟୁ, ସ୍ୱାଭାବିକ ମୃତ୍ୟୁ ଓ ଦୁର୍ଘଟଣାରେ ଅକ୍ଷମ ହୋଇଥିବା ହକରମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି।

ଜିଲ୍ଲାପାଳ, ଖୋର୍ଦ୍ଧାଙ୍କ କାର୍ଯ୍ୟାଳୟ ଓସୱାନ ହଲଠାରେ ଭିଡିଓ କନଫରେନସିଂ ମାଧ୍ୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଅତିରିକ୍ତ ଜିଲ୍ଲାପାଳ ମନୋଜ କୁମାର ପାଢ଼ୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମାନସ ରଞ୍ଜନ ବିଶ୍ୱାଳ, ସହକାରୀ ଜିଲ୍ଲା ଶ୍ରମ ଅଧିକାରୀ ଓ ଖବରକାଗଜ ହକର ପ୍ରମୁଖ ଯୋଗ ଦେଇଥିଲେ। ଖୋର୍ଦ୍ଧା ଉପଖଣ୍ଡର ୧୬୭ ଜଣ ଖବରକାଗଜ ହକରଙ୍କର ଡାଟାବେସ ପ୍ରସ୍ତୁତ କରାଯାଇ ତାଲିକାଭୁକ୍ତ କରାଯାଇଛି। ଏହି ତାଲିକାଭୁକ୍ତ ଖବରକାଗଜ ହକରମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ୬୦୦୦ ଟଙ୍କା କୋଭିଡ ସହାୟତା ବାବଦରେ ପଠାଯାଇଛି।

ଖବରକାଗଜ ହକରମାନେ ଏହା ଦ୍ୱାରା ବିଶେଷ ଭାବେ ଉପକୃତ ହେବେ ବୋଲି ଜିଲ୍ଲାପାଳ ଆଶାପ୍ରକାଶ କରିଛନ୍ତି। ଖବରକାଗଜ ହକରମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ସହାୟତା ଅର୍ଥ ପଠାଯାଇଥିବାରୁ ସେମାନେ ଆନନ୍ଦିତ ହେବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

ଖବରକାଗଜ ହକର ଖୋର୍ଦ୍ଧା ଜିଲ୍ଲା ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026
Latest News

ଜାଣନ୍ତୁ ଅଗଷ୍ଟ ୧୬ ର ରାଶିଫଳ: ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

August 16, 2026

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.