କରୋନା ଅପଡେଟ୍: ଦେଶରେ ୬ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ୩୭୪ ମୃତ

Published: Dec 24, 2021, 10:11 am IST

ନୂଆଦିଲ୍ଲୀ: ଆଜି ଦେଶରୁ ୬ ହଜାର ୬୫୦ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୩୭୪ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୬୬ ହଜାର ୨୫୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୯ ହଜାର ୧୩୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୨ ଲକ୍ଷ ୧୫ ହଜାର ୯୭୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭୭ ହଜାର ୫୧୬ ଆକ୍ଟିଭ୍‌ କେସ୍ ରହିଛି।

Related posts