Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ଦ୍ରୁତ ଗତିରେ ବଢୁଛି ଓମିକ୍ରନ୍ ମାମଲା, ନିର୍ବାଚନ ସ୍ଥଗିତ ରଖିବାକୁ କୋର୍ଟଙ୍କ ଅପିଲ୍
ଆଜିର ଖବର

ଭାରତରେ ଦ୍ରୁତ ଗତିରେ ବଢୁଛି ଓମିକ୍ରନ୍ ମାମଲା, ନିର୍ବାଚନ ସ୍ଥଗିତ ରଖିବାକୁ କୋର୍ଟଙ୍କ ଅପିଲ୍

December 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ନୂତନ ଭାରିଆଣ୍ଟ ଓମିକ୍ରନ୍ ର ସ୍ଥିତି ଧୀରେ ଧୀରେ ଗୁରୁତର ହେବାରେ ଲାଗିଛି। ଦେଶରେ ନୂତନ ଭାରିଆଣ୍ଟର ରୋଗୀମାନଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଆଜି ସକାଳ ପର୍ଯ୍ୟନ୍ତ ଦେଶରେ ଓମିକ୍ରନ୍ ଭାରିଆଣ୍ଟର ୩୫୮ ଟି ମାମଲା ଦେଖିବାକୁ ମିଳିଛି। ଏହି ନୂତନ ଭାରିଆଣ୍ଟ ବର୍ତ୍ତମାନ ପର୍ଯ୍ୟନ୍ତ ଦେଶର ୧୭ଟି ରାଜ୍ୟରେ ବ୍ୟାପିଛି। ଏକ ଆଶ୍ବସ୍ତିକର ବିଷୟ ହୋଇପାରେ ଯେ, ଏପର୍ଯ୍ୟନ୍ତ ୧୧୪ ରୋଗୀ ଏଥିରୁ ଆରୋଗ୍ୟ ହୋଇସାରିଛନ୍ତି।

ମହାରାଷ୍ଟ୍ରରେ ଓମିକ୍ରନ୍‌ର ସର୍ବାଧିକ ମାମଲା ଦେଖିବାକୁ ମିଳିଛି। ଏଠାରେ ଏହି ଭାରିଆଣ୍ଟ ରୋଗୀଙ୍କ ସଂଖ୍ୟା ୮୮ ରେ ପହଞ୍ଚିଛି। ଏଥି ସହିତ ଦିଲ୍ଲୀରେ ଏପର୍ଯ୍ୟନ୍ତ ୬୭ ଟି ମାମଲା ରୁଜୁ ହୋଇଛି।

ଓମିକ୍ରନ୍ କାରଣରୁ ଜାନୁଆରୀରେ ଦେଶରେ କରୋନା ସଂକ୍ରମଣର ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଇବ ଏବଂ ଫେବୃଆରୀରେ କୋଭିଡର ତୃତୀୟ ଲହର ଆସିପାରେ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଆହ୍ଲାବାଦ ହାଇକୋର୍ଟ ଗୁରୁବାର ଦିନ କେନ୍ଦ୍ର ସରକାର ଏବଂ ଭାରତର ନିର୍ବାଚନ ଆୟୋଗକୁ ନିର୍ବାଚନ ସମାବେଶ ଉପରେ ପ୍ରତିବନ୍ଧକ ଲଗାଇବାକୁ ଏବଂ ନିର୍ବାଚନକୁ ସ୍ଥଗିତ ରଖିବାକୁ ଅନୁରୋଧ କରିଛନ୍ତି।

୨୦୨୨ ମସିହାରେ ଉତ୍ତରପ୍ରଦେଶ, ଉତ୍ତରପ୍ରଦେଶ, ପଞ୍ଜାବ, ଗୋଆ ଏବଂ ମଣିପୁରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥି ସହିତ ଗୁଜୁରାଟ ଏବଂ ହିମାଚଳ ପ୍ରଦେଶରେ ବର୍ଷ ଶେଷ ସୁଦ୍ଧା ନିର୍ବାଚନ ହୋଇପାରେ। ଏଭଳି ପରିସ୍ଥିତିରେ କୋଭିଡର ଦ୍ୱିତୀୟ ତରଙ୍ଗରୁ ଶିକ୍ଷା ଗ୍ରହଣ କରି ନିର୍ବାଚନକୁ ସ୍ଥଗିତ ରଖିବା ଉଚିତ ବୋଲି କୋର୍ଟ କହିଛନ୍ତି।

ଓମିକ୍ରନ୍ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026
Latest News

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.