Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଉନ୍ମୋଚିତ
ଆଜିର ଖବର

ସୋଆର ୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଉନ୍ମୋଚିତ

December 24, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୨୫ ବର୍ଷ ପୂର୍ତୀ ଅବସରରେ ଏକ ସ୍ୱତନ୍ତ୍ର ଡାକଟିକଟ “ମାଇ ଷ୍ଟାମ୍ପ” ଏହାର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ଦ୍ୱାରା ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି। ୫ ଟଙ୍କା ମୂଲ୍ୟର ଏହି ଡାକ ଟିକଟରେ ଉଭୟ ସୋଆର ଲୋଗୋ ଏବଂ କୋଣାର୍କ ସୂର୍ଯ୍ୟମନ୍ଦିରର ଚିତ୍ର ରହିଛି।

ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ନିରବଚ୍ଛିନ୍ନ ସେବା ଯୋଗାଇ ଆସୁଥିବା ସୋଆ୧୯୯୬ ମସିହାରେ ପ୍ରତିଷ୍ଠା ହୋଇଥିବା ବେଳେ ନିକଟରେ ୨୫ ବର୍ଷ ପୂର୍ଣ୍ଣ କରିଛି। ସୋଆ ପକ୍ଷରୁ ଏକ ବହୁବିଧ ଡିମ୍‌ଡ ଟୁ ବି ୟୁନିଭର୍ସିଟି ପରିଚାଳିତ ହେଉଥିବା ବେଳେ ଏହା ଅଧିନରେ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି, ମେଡିକାଲ୍ ସାଇନ୍‌ସେସ୍‌, ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌, ଡେଂଟାଲ୍ ସାଇନ୍‌ସେସ୍‌, ମ୍ୟାନେଜମେଂଟ ସାଇନ୍‌ସେସ୍‌, ଲିଗାଲ୍ ଷ୍ଟଡିଜ୍‌, ନର୍ସିଂ, ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍ ମ୍ୟାନେଜମେଂଟ ଏବଂ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ ଭଳି ୯ଟି ଅନୁଷ୍ଠାନ କାର୍ଯ୍ୟ କରୁଛି।

ପୂର୍ବ ଭାରତରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସୋଆର ଫ୍ୟାକଲ୍ଟି ଅଫ୍ ମେଡିସିନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ ଏକ ଉତ୍କୃଷ୍ଟ ସ୍ୱାସ୍ଥ୍ୟସେବା ପ୍ରଦାନକାରୀ ଅନୁଷ୍ଠାନ ଭାବେ ପରିଗଣିତ ହେଉଥିବା ବେଳେ କୋଭିଡ୍ ମହାମାରୀ ସହ ଯୁଦ୍ଧରେ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ଜାରି ରଖିଛି। ସୋଆ ପକ୍ଷରୁ ଆରମ୍ଭ କରାଯାଇଥିବା ୱାନ୍ ଷ୍ଟପ୍‌, ନେକ୍ସଟ ଜେନେରେସନ୍ ମଲ୍ଟି ସୁପରସ୍ପେଶିଆଲିଟି କ୍ୱାଟରନାରୀ କେୟାର ହସ୍ପିଟାଲ୍ ସମ୍ ଅଲ୍ଟିମେଟ ମେଡିକେୟାର ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରି ପାରିଛି।

ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ ଫ୍ରେମୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ ୨୦୨୧ରେ ସାରା ଦେଶରେ ବିଶ୍ୱବିଦ୍ୟାଳୟ ଗୁଡିକ ମଧ୍ୟରେ ସୋଆ ୨୦ ତମ ସ୍ଥାନ ହାସଲ କରିଛି। ଷ୍ଟାମ୍ପଟିକୁ ଉନ୍ମୋଚନ କରିବା ସମୟରେ ଏହାକୁ ଅତ୍ୟନ୍ତ ଖୁସିର ମୂହୁର୍ତ୍ତ ବୋଲି ବର୍ଣ୍ଣନା କରି ଦେଶର ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ନିଜକୁ ଉତ୍ସର୍ଗୀକୃତ କରିବାକୁ ସୋଆର କାର୍ଯ୍ୟରତ ସହଯୋଗୀ ମାନଙ୍କୁ ଅନୁରୋଧ କରିଛନ୍ତି ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ନାୟକ। ଆମ ଦେଶ ସ୍ୱାଧିନତାର ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ସୋଆର ୨୫ ବର୍ଷ ପୂର୍ତ୍ତି ଏବଂ ସ୍ୱତନ୍ତ୍ର ଡାକଟିକଟ ଉନ୍ମୋଚନ ଏକ ସୁଖଦ ସଂଯୋଗ ବୋଲି ପ୍ରଫେସର ନାୟକ କହିଛନ୍ତି।

ଏହି ସ୍ୱତନ୍ତ୍ର ଡାକଟିକଟ ଉନ୍ମୋଚନ ସମୟରେ ସୋଆ କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ପ୍ରତିଷ୍ଠାତା ସଦସ୍ୟା କୁମାରୀ ଉପାସନା ନାୟକ, ଛାତ୍ରମଙ୍ଗଳ ଡିନ୍‌ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ଆଇଟିଇଆର୍ ଡିନ୍ ପ୍ରଫେସର ପି.କେ. ସାହୁ, ଆଇଡିଏସ୍ ଡିନ୍  ପ୍ରଫେସର ନୀତା ମହାନ୍ତି, ଫାଇନାନ୍ସ ଅଫିସର ସରୋଜ କାନ୍ତ ସାମଲ୍‌, ଜଏଂଟ ରେଜିଷ୍ଟ୍ରାର ଡଃ ଶଶାଙ୍କ ଶେଖର ମିଶ୍ର, ୟୁନିଭର୍ସିଟି ଆଉଟ୍‌ରିଚ୍ ପ୍ରୋଗ୍ରାମ୍ ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା, ଡିଜିଏମ୍ ମେନ୍‌ଟେନାନ୍ସ ବିବେକ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026
Latest News

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.