କରୋନା ଅପଡେଟ୍: ଦେଶରେ ୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ୩୮୭ ମୃତ

Published: Dec 25, 2021, 10:40 am IST

ଅନୂଆଦିଲ୍ଲୀ: ଆଜି ଦେଶରୁ ୭ ହଜାର ୧୮୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୩୮୭ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୭୩ ହଜାର ୪୪୮ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୯ ହଜାର ୫୨୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୨ ଲକ୍ଷ ୨୩ ହଜାର ୨୬୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭୭ ହଜାର ୩୨ ଆକ୍ଟିଭ୍‌ କେସ୍ ରହିଛି।

Related posts