କରୋନା ଅପଡେଟ୍: ଆଜି ଦେଶରେ ପ୍ରାୟ ୭ ହଜାର ଆକ୍ରାନ୍ତ ଚିହ୍ନଟ, ୧୬୨ ମୃତ

Published: Dec 26, 2021, 10:32 am IST

ଅନୂଆଦିଲ୍ଲୀ: ଆଜି ଦେଶରୁ ୬ ହଜାର ୯୮୭ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୧୬୨ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୮୦ ହଜାର ୪୩୫ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୯ ହଜାର ୬୮୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୨ ଲକ୍ଷ ୩୦ ହଜାର ୩୫୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭୬ ହଜାର ୭୬୬ ଆକ୍ଟିଭ୍‌ କେସ୍ ରହିଛି।

Related posts