
ନୂଆଦିଲ୍ଲୀ: ଆଜି ଦେଶରୁ ୬ ହଜାର ୫୩୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗତ ୨୪ ଘଣ୍ଟାରେ ୩୧୫ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୭ ଲକ୍ଷ ୮୬ ହଜାର ୯୬୬ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୭୯ ହଜାର ୯୯୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୨ ଲକ୍ଷ ୩୭ ହଜାର ୭୯୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭୫ ହଜାର ୮୪୧ ଆକ୍ଟିଭ୍ କେସ୍ ରହିଛି।