Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପେଟ୍ରୋଲ ପମ୍ପ ସମ୍ମୁଖରେ ତିନୋଟି ଟ୍ରକ୍ ମୁହାଁମୁହିଁ ଧକ୍କା, ଚାଳକ ଗୁରୁତର
ଆଜିର ଖବର

ପେଟ୍ରୋଲ ପମ୍ପ ସମ୍ମୁଖରେ ତିନୋଟି ଟ୍ରକ୍ ମୁହାଁମୁହିଁ ଧକ୍କା, ଚାଳକ ଗୁରୁତର

December 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢ଼ାଖୋଲ: ଆଜି ଭୋର ୩ ଟା ସମୟରେ ରେଢ଼ାଖୋଲ ଏଚ୍ ପି ପେଟ୍ରୋଲ ପମ୍ପ ପାଖରେ ୩ଟି ଟ୍ରକ୍ ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବା ଫଳରେ ଟ୍ରକ୍ ଚାଳକ ଗୁରୁତର ଥିବା ଖବର ହସ୍ତଗତ ହୋଇଛି।

ପ୍ରକାଶ ଯେ, ସମ୍ବଲପୁର କଟକ ୫୫ ନଂ ଜାତୀୟ ରାଜପଥର ରେଢ଼ାଖୋଲ ସହର ନିକଟ ଏଚପି ପେଟ୍ରୋଲ ପମ୍ପ ସମ୍ମୁଖରେ ଭୋର ପାଖାପାଖି ୩ ଟା ସମୟରେ ତିନୋଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଏକ କୋଇଲା ବୋଝେଇ ଟ୍ରକର ଚାଳକ ଗୁରୁତର ଆହତ ହୋଇଥିବା ଜଣା ପଡ଼ିଛି। ତାଙ୍କୁ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମଳିଛି।

କୋଇଲା ବୋଝେଇ ଟ୍ରକ ସହ ବିପରୀତ ଦିଗରୁ ଏକ ଟ୍ୟାଙ୍କର ଗାଡି ମୁହାଁମୁହିଁ ଧକ୍କା ହୋଇଥିବା ବେଳେ ଏଚପି ପେଟ୍ରୋଲ ପମ୍ପରୁ ଆସୁଥିବା ଏକ କ୍ଷୀର ବୋଝେଇ ଗାଡ଼ି ମଧ୍ୟ ଉକ୍ତ ଟ୍ରକ ମାନଙ୍କ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଜାତୀୟ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ହୋଇରହିଥିଲା।

ଘଟଣା ସ୍ଥଳରେ ରେଢ଼ାଖୋଲ ପୋଲିସ ପହଞ୍ଚି ରାସ୍ତାରୁ ଗାଡି ହଟାଇବା ପରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା। ପୋଲିସ୍ ଆହତଙ୍କୁ ଉଦ୍ଧାର କରି ବୁର୍ଲା ପଠାଇଥିବା ଜଣାପଡ଼ିଛି। ପୋଲିସ୍ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ପେଟ୍ରୋଲ ପମ୍ପ ମୁହାଁମୁହିଁ ଧକ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.