Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ସରିଲା ପକ୍ଷୀ ଗଣନା: ଚଳିତ ବର୍ଷ ଏତିକି ସଂଖ୍ୟକ ବିଦେଶାଗତ ପକ୍ଷୀଙ୍କ ଆଗମନ
ଆଜିର ଖବର

ଚିଲିକାରେ ସରିଲା ପକ୍ଷୀ ଗଣନା: ଚଳିତ ବର୍ଷ ଏତିକି ସଂଖ୍ୟକ ବିଦେଶାଗତ ପକ୍ଷୀଙ୍କ ଆଗମନ

January 4, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଆଜି ଚିଲିକା ହ୍ରଦରେ ପକ୍ଷୀ ଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଗତବର୍ଷ ତୁଳନାରେ ଚଳିତ ବର୍ଷ ଶୀତର ପ୍ରକୋପ ଅଧିକ ଥିବା ସତ୍ତ୍ୱେ ବିଦେଶାଗତ ପକ୍ଷୀଙ୍କ ଆଗମନ ଚିଲିକାରେ କମିଥିବାର ଜଣାପଡିଛି। ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ଜ୍ୟୋତି କାଟାଲଙ୍କ ସୂଚନା ମୁତାବକ ଚଳିତ ବର୍ଷ ଚିଲିକାରେ ସମୁଦାୟ ୧୮୩ ପ୍ରଜାତିର ୧୦ ଲକ୍ଷ ୭୪ ହଜାର ୧୭୩ ପକ୍ଷୀ ଆସିଛନ୍ତି। ଯାହାକି ଗତ ବର୍ଷ ୧୨ ଲକ୍ଷ ୪୨ ହଜାର ୮୨୬ ରୁ ବହୁତ କମ।

ସୂଚନା ମୁତାବକ ଆଜି ସକାଳ ୬ ଘଟିକାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ପକ୍ଷୀ ଗଣନା କାର୍ଯ୍ୟ ଚାଲୁରହିଥିଲା। ପକ୍ଷୀ ଗଣନା ପାଇଁ ଚିଲିକାକୁ ୫ଟି ଜୋନରେ ବିଭକ୍ତ କରାଯାଇଥିବା ବେଳେ ୨୧ ଟି ଟିମ ନିୟୋଜିତ ହୋଇଥିଲେ। ଏବଂ ପ୍ରତି ଟିମରେ ୫ ଜଣ ସଦସ୍ୟ ରହିଥିଲେ। ଟାଙ୍ଗୀ ଜୋନରେ ୮ଟି ଟିମ, ବାଲୁଗାଁରେ ୫ଟି, ସାତପଡ଼ାରେ ୩ଟି, ରମ୍ଭାରେ ୨ ଟି ଏବଂ କୃଷ୍ଣପ୍ରସାଦରେ ୩ ଟି ଟିମ ନିୟୋଜିତ ରହିଥିଲେ।

ତେବେ ଗଣନା କାର୍ଯ୍ୟରେ ଜିପିଏସ, ବାଇନାକୁଲାର, ୱାକି ଟକି, କ୍ୟାମେରା ଏବଂ ଅନ୍ୟ ଉପକରଣ ଆଦି ବ୍ୟବହୃତ କରାଯାଇଥିବା ବେଳେ ପକ୍ଷୀପ୍ରେମୀ, ପକ୍ଷୀ ସୁରକ୍ଷା ଶିବିରର କର୍ମକର୍ତ୍ତା, ଓୟୁଏଟି ଛାତ୍ରଛାତ୍ରୀ, ପକ୍ଷୀ ବିଶେଷଙ୍ଗ, ସାମାଜିକ କର୍ମୀ, ବନ୍ୟପ୍ରାଣୀ ବିଭାଗର କର୍ମଚାରୀ ଏବଂ ବିଏନଏଚଏସ ସାମିଲ ହୋଇଥିଲେ।

ଗତବର୍ଷ ସମୁଦାୟ ୧୯୦ ପ୍ରଜାତିର ୧୨ ଲକ୍ଷ ୪୨ହଜାର ୮୨୬ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୧୧ ପ୍ରଜାତିର ୧୨ ଲକ୍ଷ ୦୪ ହଜାର ୩୫୧ ଗୋଟି ବିଦେଶୀ ପକ୍ଷୀ ଏବଂ ୭୯ ପ୍ରଜାତିର ୩୮ବହଜାର ୪ ଶହ ୭୫ ଗୋଟି ସ୍ଥାନୀୟ ପକ୍ଷୀ ସାମିଲ ଥିଲେ।

ସେହିପରି ଭାବେ ଚଳିତବର୍ଷ ସମୁଦାୟ ୧୮୩ ପ୍ରଜାତିର ୧୦ ଲକ୍ଷ ୭୪ ହଜାର ୧୭୩ ଗୋଟି ପକ୍ଷୀ ଆସିଥିବାବେଳେ ତନ୍ମଧ୍ୟରୁ ୧୦୭ ପ୍ରଜାତିର ୧୦ ଲକ୍ଷ ୩୬ ହଜାର ୨୨୦ ଗୋଟି ବିଦେଶୀ ପକ୍ଷୀ ଏବଂ ୭୬ ପ୍ରଜାତିର ୩୭ ହଜାର ୯ ଶହ ୫୩ ଗୋଟି ସ୍ଥାନୀୟ ପକ୍ଷୀ ସାମିଲ ଅଛନ୍ତି।

ଚିଲିକା ଚିଲିକା ହ୍ରଦ ବିଦେଶାଗତ ପକ୍ଷୀ
Share. Facebook Twitter LinkedIn Email WhatsApp Copy Link

Related Posts

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Latest News

ଅକ୍ଟୋବର ୧୭ ପର୍ଯ୍ୟନ୍ତ ସାଉଦି ଆରବକୁ ବିମାନସେବା ସ୍ଥଗିତ

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.