Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଓଡିଶା ଆସିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
ଆଜିର ଖବର

ଆସନ୍ତାକାଲି ଦୁଇ ଦିନିଆ ଓଡିଶା ଗସ୍ତରେ ଓଡିଶା ଆସିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

January 5, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମାନ୍ୟବର କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଜାନୁୟାରୀ ମାସ ୬ ତାରିଖ ଦିନ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସର ରାଜଧାନୀ କୋଚ ସହିତ ଚଳାଚଳକୁ ଆଭାସୀ (ଭିଡିଓ କାନଫରେନସି) ମାଧ୍ୟମରେ ଶୁଭାରମ୍ଭ କରିବେ।

ଯାତ୍ରୀମାନଙ୍କୁ ଉନ୍ନତ ତଥା ଆରାମଦାୟକ ଯାତ୍ରା ଯୋଗାଇବା ପାଇଁ ରେଳବାଇ ପକ୍ଷରୁ ୧୮୪୫୨/୧୮୪୫୧ ପୁରୀ-ହଟିଆ-ପୁରୀ ତପସ୍ୱିନୀ ଏକ୍ସପ୍ରେସକୁ ବର୍ତ୍ତମାନର ପ୍ରଚଳିତ କୋଚ ପରିବର୍ତ୍ତେ ଉନ୍ନତମାନର ରାଜଧାନୀ କୋଚ ଭଳି ଲିଙ୍କେ-ହୋଫମାନ-ବୁଶ (LHB) କୋଚ ସହିତ ଚଳାଇବାକୁ ସ୍ଥିର ହୋଇଛି। ଏହି ସୁବିଧା ଆରାମଦାୟକ ଯାତ୍ରା ଅଭିଜ୍ଞତା ଏବଂ କମ୍ ଶବ୍ଦ ସହିତ ସୁରକ୍ଷାକୁ ବୃଦ୍ଧି କରାଇବ।

ଶ୍ରୀ ବୈଷ୍ଣବ ମଧ୍ୟ ଜାନୁୟାରୀ ୭ ତାରିଖ ଦିନ କଟକ ରେଳ ଷ୍ଟେସନ ଠାରେ ଦ୍ୱିତୀୟ ପ୍ରବେଶ ପଥର ଉନ୍ନତିକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କଟକ ଷ୍ଟେସନ ନିରୀକ୍ଷଣ କରିବେ ଏବଂ ଯାତ୍ରୀ ସୁବିଧା ସମ୍ବନ୍ଧରେ ସମୀକ୍ଷା କରିବେ।

କଟକ ରେଳ ଷ୍ଟେସନର ପ୍ରବେଶ ପଥ ବିକାଶ କାର୍ଯ୍ୟଗୁଡିକ ମଧ୍ୟରେ ପରୀକ୍ଷେତ୍ର ଅଞ୍ଚଳରେ ଦୁଇ / ତିନି / ଚାରି ଚକିଆ ଯାନ ପାଇଁ ପାର୍କିଂ, ପିକଅପ୍ ଏବଂ ଡ୍ରପ୍ ପଏଣ୍ଟ, ଆମ୍ବୁଲାନ୍ସ ପାଇଁ ପାର୍କିଂ, ଭିଆଇପି ଯାନ ଇତ୍ୟାଦି ସୁବିଧା ରହିବ ସହିତ ଚୌଡା ସଂଯୋଗୀକରଣ ରାସ୍ତା ନିର୍ମାଣ ଅନ୍ତର୍ଭୁକ୍ତ |

ଓଡ଼ିଶା ସରକାରଙ୍କ ମାନ୍ୟବର ମନ୍ତ୍ରୀ ପଦ୍ମନାଭ ବେହେରା ଏବଂ ଅଶୋକ ଚନ୍ଦ୍ର ପଣ୍ଡା, ମାନ୍ୟବର ସାଂସଦ ଅପରାଜିତା ଷଡ଼ଙ୍ଗୀ, ମାନ୍ୟବର ବିଧାୟକ ସୁରେଶ କୁମାର ରାଉତରାୟ, ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ ପ୍ରମୁଖ ଭୁବନେଶ୍ୱର ରେଳ ଷ୍ଟେସନରେ ସମ୍ମାନୀୟ ଅତିଥି ଭାବରେ ଯୋଗଦାନ କରିବେ।

ଜାନୁୟାରୀ ୭ ତାରିଖ ଦିନ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବରେ ମାନ୍ୟବର ସାଂସଦ ଭର୍ତ୍ତୃହରି ମହତାବ, ମାନ୍ୟବର ବିଧାୟକ ମହମ୍ମଦ ମୋକିମ, ସୌଭିକ ବିଶ୍ୱାଳ ପ୍ରମୁଖ କଟକ ରେଳ ଷ୍ଟେସନରେ ସମ୍ମାନୀୟ ଅତିଥି ଭାବରେ ଯୋଗଦାନ କରିବେ।

ରେଳମନ୍ତ୍ରୀ ମଧ୍ୟାହ୍ନ ସମୟରେ ବାଲେଶ୍ୱର ରେଳ ଷ୍ଟେସନ ଠାରେ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ଯାତ୍ରୀବାହୀ ଟ୍ରେନକୁ ବାଲେଶ୍ୱର ପର୍ଯ୍ୟନ୍ତ ସମ୍ପ୍ରସାରଣକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବା ସହିତ ଅପରାହ୍ନରେ ନୀଳଗିରି, ବସ୍ତା ଏବଂ ଜଳେଶ୍ୱର ରେଳ ଷ୍ଟେସନ ଠାରେ ବିଭିନ୍ନ ପ୍ରକଳ୍ପ ଓ ଯାତ୍ରୀ ପରିଷେବାର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭାରମ୍ଭ କରିବେ।

ଅଶ୍ବିନୀ ବୈଷ୍ଣବ ଓଡିଶା ଓଡିଶା ଗସ୍ତ କେନ୍ଦ୍ର ରେଳ ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Latest News

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.