ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ପିଏନ୍‌ବିର ଏଟିଏମ୍ ଉଦ୍‌ଘାଟିତ

Published: Jan 6, 2022, 6:27 pm IST

ଭୁବନେଶ୍ୱର: ପଞ୍ଜାବ ନ୍ୟାସ୍‌ନାଲ୍ ବ୍ୟାଙ୍କ (ପୋଖରୀପୁଟ ଶାଖା)ର ନବୀକରଣ କରାଯାଇଥିବା ଏଟିଏମ୍ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ.) ମନୋଜରଞ୍ଜନ ନାୟକଙ୍କ ଦ୍ୱାରା ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ସୋଆ ମୁଖ୍ୟ କାର୍ଯ୍ୟାଳୟ ନିକଟରେ ଥିବା ଏହି ଏଟିଏମ୍‌ର ନବୀକରଣ କରାଯାଇ ଗ୍ରାହକଙ୍କ ସୁବିଧା ନିମନ୍ତେ ସମସ୍ତ ବ୍ୟବସ୍ଥା କରାଯାଇଛି।

ଏହି ନୂତନ ଏଟିଏମ୍‌ର ଉଦ୍‌ଘାଟନ ସମୟରେ ସୋଆର ପ୍ରତିଷ୍ଠାତା ସଦସ୍ୟା କୁମାରୀ ଉପାସନା ନାୟକ, ପିଏନ୍‌ବି ଭୁବନେଶ୍ୱର ସର୍କଲ୍‌ର ମୁଖ୍ୟ ପରେଶ କୁମାର ଦାସ, ପୋଖରୀପୁଟ ଶାଖାର ମୁଖ୍ୟ ସୌମିତ୍ରୀ ପତି, ପୂର୍ବତନ ବ୍ରାଂଚ ମୁଖ୍ୟ ହିମାଂଶୁ ଶେଖର ମହାପାତ୍ର ଓ ସୋଆର ଚିଫ୍ ଫାଇନାନ୍ସ ଅଫିସର ସରୋଜ କାନ୍ତ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

ଏହି ପିଏନ୍‌ବି ଶାଖା ଓ ଏଟିଏମ୍ ପୋଖରୀପୁଟ ସମେତ ଜାଗମରା, ଖଣ୍ଡଗିରି ଧର୍ମବିହାର ଅଂଚଳର ଅନେକ ଗ୍ରାହକଙ୍କର ସେବାରେ ଉପଲବ୍ଧ ଅଟେ।

Related posts