
ଭୁବନେଶ୍ବର: ଆଜି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ କଟକ ରେଳ ଷ୍ଟେସନ ଠାରେ ଦ୍ୱିତୀୟ ପ୍ରବେଶ ପଥର ଉନ୍ନତିକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହିତ କଟକ ଷ୍ଟେସନ ନିରୀକ୍ଷଣ କରିବେ ଏବଂ ଯାତ୍ରୀ ସୁବିଧା ସମ୍ବନ୍ଧରେ ସମୀକ୍ଷା କରିବେ ।
ରେଳମନ୍ତ୍ରୀ ମଧ୍ୟାହ୍ନ ସମୟରେ ବାଲେଶ୍ୱର ରେଳ ଷ୍ଟେସନ ଠାରେ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ଯାତ୍ରୀବାହୀ ଟ୍ରେନ କୁ ବାଲେଶ୍ୱର ପର୍ଯ୍ୟନ୍ତ ସମ୍ପ୍ରସାରଣକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବା ସହିତ ଅପରାହ୍ନରେ ନୀଳଗିରି, ବସ୍ତା ଏବଂ ଜଳେଶ୍ୱର ରେଳ ଷ୍ଟେସନ ଠାରେ ବିଭିନ୍ନ ପ୍ରକଳ୍ପ ଓ ଯାତ୍ରୀ ପରିଷେବାର ଭିତ୍ତିପ୍ରସ୍ତର ସ୍ଥାପନ ଓ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି।