Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବାଦୀୟ ମନ୍ତ୍ରୀଙ୍କୁ ତୁରନ୍ତ ବହିଷ୍କାର କରାଯାଉ ବୋଲି ଦାବୀ କଲା ପ୍ରଦେଶ କଂଗ୍ରେସ
ଆଜିର ଖବର

ବିବାଦୀୟ ମନ୍ତ୍ରୀଙ୍କୁ ତୁରନ୍ତ ବହିଷ୍କାର କରାଯାଉ ବୋଲି ଦାବୀ କଲା ପ୍ରଦେଶ କଂଗ୍ରେସ

January 9, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିବାଦୀୟ ମନ୍ତ୍ରୀଙ୍କୁ ତୁରନ୍ତ ବହିଷ୍କାର କରାଯାଉ ବୋଲି ଦାବୀ କଲା ପ୍ରଦେଶ କଂଗ୍ରେସ

ଭୁବନେଶ୍ୱର : ମହିଳାଙ୍କୁ ସମ୍ମାନ ଓ ମୋ ପରିବାର ସ୍ଲୋଗାନ ଦେଉଥିବା ବିଜୁ ଜନତା ଦଳ ଏବଂ ମୁଖ୍ୟମନ୍ତ୍ରୀ ନବୀନ ବାବୁ କିଭଳି ବିବାଦୀୟ ମନ୍ତ୍ରୀମାନଙ୍କୁ ସୁରକ୍ଷା ଦେଉଛନ୍ତି ବୋଲି ପ୍ରଦେଶ କଂଗ୍ରେସ କମିଟି ପ୍ରଶ୍ନ କରିଛି । କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା, ଉପସଭାପତି ତଥା ମୁଖପାତ୍ର ଡ. ଦେବାଶିଷ ପଟ୍ଟନାୟକ ଏହି ଦାବୀ କରିଛନ୍ତି।

ରାଜ୍ୟର ଜଣେ ମନ୍ତ୍ରୀ ଯେପରି ମହିଳାମାନଙ୍କ ସମ୍ମୁଖରେ ଓ ମହିଳାମାନଙ୍କ ଉଦ୍ଦେଶ୍ୟରେ ଅଶାଳୀନ ଶବ୍ଦ ପ୍ରୟୋଗ କରୁଥିବାର ଭିଡିଓ ଭାଇରାଲ ହୋଇଛି ସେ ସମ୍ପର୍କରେ ଦଳ କିମ୍ବା ମୁଖ୍ୟମନ୍ତ୍ରୀଙ୍କ ନୀରବତା କାହିଁକି ବୋଲି ପ୍ରଶ୍ନ ପଚାରିଛନ୍ତି । ଏହା ପୂର୍ବରୁ ସଂପୃକ୍ତ ମନ୍ତ୍ରୀ ଯିଏକି ପୂର୍ତ, ପଂଚାୟତରାଜ ଓ ଆଇନ ବିଭାଗ ପରି ଦାୟୀତ୍ୱରେ ରହିଛନ୍ତି । ସିଏ କିପରି ବହୁଚର୍ଚ୍ଚିତ ମାହାଙ୍ଗା ଡର୍ବଲ ମର୍ଡର ଘଟଣାରେ ନିଜ ନାମକୁ ଚାର୍ଜସିଟ୍‌ରୁ ବାଦ ଦେବାପରେ କୋର୍ଟ ଦ୍ୱାରା ଭର୍ତ୍ସିତ ହୋଇଥିଲେ ତାହାର ଉଦାହରଣ ଦେଇ ଏହା କ’ଣ ବହୁ ପ୍ରଚାରିତ ୫-ଟି ର ସ୍ୱଚ୍ଛତା ବୋଲି ଜାଣିବାକୁ ଚାହିଁଥିଲେ।

ସଂପୃକ୍ତ ମନ୍ତ୍ରୀ ନିଜ ଆଡ଼ୁ ଇସ୍ତଫା ଦେବା ଉଚିତ୍ ନଚେତ ମୁଖ୍ୟମନ୍ତ୍ରୀ ତାଙ୍କୁ ମନ୍ତ୍ରୀମଣ୍ଡଳରୁ ବହିଷ୍କାର କରନ୍ତୁ ବୋଲି ସେ ଦାବି କରିଛନ୍ତି। ବାଙ୍କୀର ପୂର୍ବତନ ବିଧାୟକ ମଧ୍ୟ ନୂଆବର୍ଷରେ ନାରୀମାନଙ୍କୁ କିଭଳି ବ୍ୟବହାର କରିଛନ୍ତି ତାହା ଏବେ ସାମାଜିକ ଗଣମାଧ୍ୟମରେ ଘୁରି ବୁଲିଛି। ନବୀନ ବାବୁ ଏସବୁ ଜାଣିପାରୁଛନ୍ତି କି ନାହିଁ, ପଚାରିବା ସହ ଯଦି ଜାଣିମଧ୍ୟ ନୀରବ ରହୁଛନ୍ତି ତାର ଫଳାଫଳ ଭୋଗିବାକୁ ସେ ପ୍ରସ୍ତୁତ ରୁହନ୍ତି ବୋଲି ଚେତାବନୀ ଦେଇଥିଲେ ।

ରାଜ୍ୟପାଳ ମଧ୍ୟ ଏ ଘଟଣାରେ ହସ୍ତକ୍ଷେପ କରିବା ସହ ସରକାରଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦିଅନ୍ତୁ ବୋଲି ଡ. ପଟ୍ଟନାୟକ ଦାବିକରିଥିଲେ । ଏହି ସାମ୍ବାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ମନୋରଞ୍ଜନ ଦାଶ, ଅମିୟ ପାଣ୍ଡବ ଏବଂ ସାଧାରଣ ସଂପାଦକ ଚିନ୍ମୟ ସୁନ୍ଦର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

cong ଓଡିଶା ପ୍ରଦେଶ କଂଗ୍ରେସ ପ୍ରଦେଶ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026
Latest News

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱର ରେଳ ଷ୍ଟେସନ ପୁନର୍ବିକାଶ କାର୍ଯ୍ୟର ସମୀକ୍ଷା

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.