ମକର ସଂକ୍ରାନ୍ତି ପାଇଁ ରାଜ୍ୟ ସରକାର ଜାରି କଲେ କଟକଣା, ଘରେ ପାଳନ କରିବାକୁ ପରାମର୍ଶ

Published: Jan 11, 2022, 11:08 pm IST

ଭୁବନେଶ୍ବର: ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଳନ ଉପରେ କଟକଣା କରିଛନ୍ତି। ସାଧାରଣତଃ ଏହି ଦିନ ଶ୍ରଦ୍ଧାଳୁମାନେ ସମୁଦ୍ର ତଟ, ନଦୀ, ପୁଷ୍କରିଣୀ ଆଦିରେ ବୁଡ ପକାଇଥାନ୍ତି। ହେଲେ ଏଥର ଏସବୁକୁ ବାରଣ କରାଯାଇଛି।

ସେହିପରି ମନ୍ଦିରରେ ସର୍ବସାଧାରଣଙ୍କ ପୂଜାର୍ଚ୍ଚନାକୁ ମଧ୍ୟ ବାରଣ କରାଯାଇଛି। ସମସ୍ତଙ୍କୁ ଘରେ ରହି ମକର ସଂକ୍ରାନ୍ତି ଓ ପୋଙ୍ଗଲ ପର୍ବ ପାଳନ କରିବାକୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ତରଫରୁ ଏକ ନିର୍ଦ୍ଦେଶନାମା ଜାରୀ କରାଯାଇଛି। ଏହି ନିର୍ଦ୍ଦେଶନାମା ସମସ୍ତ ଜିଲ୍ଲାପାଳ ତଥା ଏସପିଙ୍କୁ ଅବଗତ କରାଯାଇଛି।

Related posts