Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ହେଉଛି ଶାମ୍ବ ଦଶମୀ, ଉଚିତ ପଦ୍ଧତିରେ ପୂଜା କଲେ ସନ୍ତାନର ହୁଏ ମଙ୍ଗଳ
ଆଜିର ଖବର

ଆଜି ହେଉଛି ଶାମ୍ବ ଦଶମୀ, ଉଚିତ ପଦ୍ଧତିରେ ପୂଜା କଲେ ସନ୍ତାନର ହୁଏ ମଙ୍ଗଳ

January 12, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ହେଉଛି ଶାମ୍ବ ଦଶମୀ, ଉଚିତ ପଦ୍ଧତିରେ ପୂଜା କଲେ ସନ୍ତାନର ହୁଏ ମଙ୍ଗଳ

ଭୁବନେଶ୍ବର: ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟପୂଜାର ପର୍ବ, ଯେପରି କୁମାରପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ ପୌଷ ଶୁକ୍ଳ ଦଶମୀ ଶାମ୍ବଦଶମୀ ମଧ୍ୟରେ ଅଧିକାଂଶ ପର୍ବ ପାଳିତ ହୋଇଥାଏ । ଏହି ସମୟ ମଧ୍ୟରେ ପାଳିତ ହେଉଥିବା ପବପର୍ବାଣିରେ ଏଥିପାଇଁ ଗାଉଁଲୀ ଢଗ ରହିଛି ଯଥା-“ଅଇଲା ଚିତୋଉ ନାନୀ, ବାରଓଷା ପର୍ବ ସଙ୍ଗରେ ଘେନି, ଶମ୍ବର ଦଶମୀ ଅଲଣାଦାଉ, ସବୁ ଓଷା ବାର ଏଇଠି ଥାଉ ।”

ଶାମ୍ବ ଦଶମୀକୁ ଚାନ୍ଦ୍ରମାନ ବର୍ଷର ଶେଷ ପର୍ବ କହିବାର ତାତ୍ପର୍ଯ୍ୟ ହେଉଛି ଏହାପରେ ଚିତାଲାଗି ଅମାବାସ୍ୟା ପର୍ଯ୍ୟନ୍ତ ପ୍ରାୟ ଛଅମାସ ପର୍ଯ୍ୟନ୍ତ ଆଉ ଏତେ ପିଠାପଣାର ପର୍ବ ପଡ଼େ ନାହିଁ । ଓଡ଼ିଆଙ୍କ ସୁସ୍ୱାଦୁ, ସୁମିଷ୍ଟ, ତୃପ୍ତିକର ଖାଦ୍ୟ ପ୍ରସ୍ତୁତି ଦକ୍ଷତାର ଅସଲ ନିଦର୍ଶନା କଥା ଅଛି-“ଶାମ୍ବର ଦଶମୀରେ ମଣିଷ ଗୋଟିଏକୁ ପିଠା ଗୋଟିଏ ।” କୃଷିପ୍ରଧାନ ଓଡ଼ିଶା ରାଜ୍ୟରେ ଏ ସମୟ ପନିପରିବାର ପ୍ରାଚୁର୍ଯ୍ୟର ସମୟ । ବିଭିନ୍ନ ପନିପରିବାରେ ଏ ପର୍ବରେ ଯେଉଁ ତରକାରୀ ପ୍ରସ୍ତୁତ ହୁଏ, ତାକୁ “ଘଡ଼ଘଡ଼ା ତିଅଣ” କୁହାଯାଏ । ଏହି ପର୍ବର ମୁଖ୍ୟ ହେଉଛି ଏହି ଘାଣ୍ଟ ତରକାରୀ ଘଡ଼ାଘଡ଼ା ତିଅଣ ।

ପୂଜାବିଧି

ନାରୀମାନେ ନିଜ ସନ୍ତାନସନ୍ତତିଙ୍କ ମଙ୍ଗଳ କାମନା କରି ଶାମ୍ବଦଶମୀ ପର୍ବ ନିଷ୍ଠାର ସହ ପାଳନ କରନ୍ତି। ଏହି ପର୍ବର ବିଶେଷତ୍ୱ ହେଉଛି ସୂର୍ଯ୍ୟଙ୍କର ଆକାଶରେ ତିନି ସ୍ଥିତିକୁ ଲକ୍ଷ୍ୟ କରି ଘରେ ତିନି ପ୍ରକାର ଧୂପ ବା ପୂଜା ଅନୁଷ୍ଠିତ ହୋଇଥାଏ। ଅରୁଣୋଦୟ ସମୟରେ ପ୍ରଥମ ଧୂପ ହୁଏ। ହିନ୍ଦୁ ନାରୀ ଶୁଦ୍ଧପୂତ ଶୁଚିମନ୍ତ ହୋଇ ଏହି ମୂହୁର୍ତ୍ତରେ ଫଳମୂଳ ଓ ମିଷ୍ଟାନ୍ନ ଇତ୍ୟାଦି ନୈବେଦ୍ୟ ବାଢ଼ନ୍ତି।

ଏହି ବ୍ରାହ୍ମମୁହୂର୍ତ୍ତରେ ପୂଜାନୈବେଦ୍ୟ ବା ପ୍ରଥମ ଧୂପ ଅନୁଷ୍ଠାନ କରି ସୂର୍ଯ୍ୟପୁରାଣ ପାରାୟଣ କରିଥାନ୍ତି। ମଧ୍ୟାହ୍ନରେ ମଧ୍ୟାହ୍ନ ସୂର୍ଯ୍ୟ ତେଜୋଦୀପ୍ତ ଭାସ୍କରଙ୍କୁ ଦ୍ୱିତୀୟ ଧୂପ ଦିଆଯାଏ । ଏହା ଶାମ୍ବ ଦଶମୀର ମୁଖ୍ୟ ଧୂପ। ଏଥିରେ ଗଇଁଠା, ଅଟକାଳି, ବିଭିନ୍ନ ପ୍ରକାରର ପିଠା, ଖେଚୁଡ଼ି, ଘଡ଼ଘଡ଼ା ତିଅଣ ଆଦି ଭୋଗ ହୁଏ। ଶେଷଧୂପ ବା ତୃତୀୟ ଧୂପ ହେଉଛି ସନ୍ଧ୍ୟା ସମୟର ଅସ୍ତାଚଳଗାମୀ ସୂର୍ଯ୍ୟଦେବଙ୍କ ନିମିତ୍ତ। ଏହି ଧୂପରେ ମଧ୍ୟ ଏଣ୍ଡୁୁରି, କାକରା, ମାଲପୁଆ, ଗଜା ଆଦି ନୈବେଦ୍ୟ ଅର୍ପଣ କରାଯାଇଥାଏ।

ମକର ସଂକ୍ରାନ୍ତି ଶାମ୍ବ ଦଶମୀ
Share. Facebook Twitter LinkedIn Email WhatsApp Copy Link

Related Posts

ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

September 10, 2025

ମହିଳାଙ୍କ ସୁରକ୍ଷାକୁ ନେଇ ଓଡିଶା ପୁଲିସ ପକ୍ଷରୁ ରାଜ୍ୟସ୍ତରୀୟ କର୍ମଶାଳା

September 10, 2025

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

September 10, 2025

ଯୌତୁକ ନିରୋଧ ଆଇନ ଏବଂ ହିଂସାରୁ ମହିଳାଙ୍କ ସୁରକ୍ଷା ସମ୍ପର୍କୀତ ରାଜ୍ୟସ୍ତରୀୟ ତାଲିମ କାର୍ଯ୍ୟକ୍ରମ

September 10, 2025
Latest News

ଟେକ୍ନୋ ଇଣ୍ଡିଆ ଗ୍ରୁପର କର୍ପୋରେଟ ଯୋଗାଯୋଗ ମୁଖ୍ୟଙ୍କ ସହ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ

September 10, 2025

ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ଉଦୀୟମାନ ଧାବକ ଅନିମେଷ କୁଜୁରଙ୍କୁ କଲେ ପ୍ରଶଂସା, କହିଲେ… 

September 10, 2025

ମହିଳାଙ୍କ ସୁରକ୍ଷାକୁ ନେଇ ଓଡିଶା ପୁଲିସ ପକ୍ଷରୁ ରାଜ୍ୟସ୍ତରୀୟ କର୍ମଶାଳା

September 10, 2025

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

September 10, 2025

ଅଭିଜିତ ମଜୁମଦାରଙ୍କ ଆଶୁ ଆରୋଗ୍ୟ କାମନା କରି ସମୂହ ଦୀପ ଦାନ କଲେ ଓଲିଉଡ଼ ପରିବାର

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.