Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ନିର୍ବାଚନ : ବହୁ ହେଭିଓ୍ବେଟ୍‌ ନେତାଙ୍କ ଭାଗ୍ୟ ପରୀକ୍ଷା
ଆଜିର ଖବର

ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ନିର୍ବାଚନ : ବହୁ ହେଭିଓ୍ବେଟ୍‌ ନେତାଙ୍କ ଭାଗ୍ୟ ପରୀକ୍ଷା

April 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଲୋକସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ଅର୍ଥାତ୍‌ ଏପ୍ରିଲ୍‌ ୨୩ ତାରିଖରେ ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ରଶାସିତ ପ୍ରଦେଶରେ ୧୧୬ଟି ଲୋକସଭା ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ଚରଣରେ ୨୦ଟି ରାଜ୍ୟର ୯୧ଟି ଆସନ, ଦ୍ବିତୀୟ ଚରଣରେ ୧୨ଟି ରାଜ୍ୟର ୯୫ଟି ଆସନ ଉପରେ ମତଦାନ ଅନୁଷ୍ଠିତ ହୋଇଥିଲା। ଗୁଜୁରାଟର ସମସ୍ତ ୨୬ଟି ଆସନ, କେରଳର ସମସ୍ତ ୨୦ଟି ଆସନ, ମହାରାଷ୍ଟ୍ର ଏବଂ କର୍ଣ୍ଣାଟକରେ ୧୪ଟି ଆସନ, ଉତ୍ତରପ୍ରଦେଶର ୧୦ଟି ଆସନ, ଛତିଶଗଡ଼ର ୭ଟି, ଓଡ଼ିଶାର ୬ଟି ଆସନ,  ବିହାର ଓ ପଶ୍ଚିମବଙ୍ଗରେ ୫ଟି ଲେଖାଏଁ ଆସନ, ଆସାମରେ ୪ଟି, ଗୋଆରେ ଦୁଇଟି, ଜମ୍ମୁକାଶ୍ମୀର, ତ୍ରିପୁରା, ଦାଦ୍ରା ନଗର ହାବେଳୀ, ଡାମନ୍‌ ଏବଂ ଡିୟୁରେ ଗୋଟିଏ ଲେଖାଏଁ ଆସନରେ ମତଦାନ ପ୍ରକ୍ରିୟା ଅନୁଷ୍ଠିତ ହେବ। ତେବେ ତୃତୀୟ ପର୍ଯ୍ୟାୟରେ ୧୧୬ଟି ଆସନରେ ବହୁ ହେଭିଓ୍ବେଟ୍‌ ନେତାଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଛି। ବିଜେପି ଅଧ୍ୟକ୍ଷ ଅମିତ୍‌ ଶାହା ଗୁଜୁରାଟରୁ ଗାନ୍ଧିନଗର, କଂଗ୍ରେସ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧି କେରଳର ଓ୍ବାୟନାଡରୁ, ସପା ନେତା ମୁଲାୟମ୍‌ ସିଂହ ଯାଦବ ଉତ୍ତରପ୍ରଦେଶ ମୈନପୁରୀରୁ, ଜୟାପ୍ରଦା ଓ ଆଜମ୍‌ ଖାନ୍‌ ୟୁପିରୁ ରାମପୁରରୁ ପ୍ରମୁଖ ପ୍ରାର୍ଥୀ ରହିଛନ୍ତି। ଏହି ପର୍ଯ୍ୟାୟରେ ୧୧୬ଟି ଆସନରୁ ପାଖାପାଖି ୧୬୨୨ ଆଶାୟୀ ପ୍ରାର୍ଥୀ ରହିଛନ୍ତି। ୨୦୧୪ରେ  ତୃତୀୟ ପର୍ଯ୍ୟାୟରେ ୬୮.୪୩%  ମତଦାନ ହୋଇଥିଲା। ଓଡ଼ିଶାର ୬ଟି ଲୋକସଭା ଆସନରେ ମତଦାନ ଅନୁଷ୍ଠିତ ହେବ। ସେହି ଆସନ ଗୁଡ଼ିକ ହେଲା ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, ପୁରୀ, କଟକ ଓ ଭୁବନେଶ୍ୱର। ଏହା ସହିତ ୪୨ଟି ବିଧାନସଭା ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ ଓଡ଼ିଶାରେ ଦୁଇ ପ୍ରମୁଖ ବିଜେଡ଼ି ଓ ବିଜେପି ମଧ୍ୟରେ କଡା ଟକ୍କର ଅନୁଷ୍ଠିତ ହେବ। ୭ଟି ପର୍ଯ୍ୟାୟ ବିଶିଷ୍ଟ ମତଦାନରେ ଅନ୍ତିମ ପର୍ଯ୍ୟାୟ ମେ ୧୯ ତାରିଖରେ ଅନୁଷ୍ଠିତ ହେବ ଏବଂ ଭୋଟ୍‌ଗଣତି ମେ ୨୩ ତାରିଖରେ କରାଯିବ।

heavyweight leader polling thesamikhsya thirdphase
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026
Latest News

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026

ବୈଧ ବୀମା ନଥିବା ଗାଡ଼ି ଉପରେ କଡ଼ା ନଜର: ଜବତ ହେବ ଗାଡ଼ି

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.