Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ମକର ସଂକ୍ରାନ୍ତିରେ ଓଡିଶାରେ ଜନ୍ମ ନେଇଥିଲେ ପ୍ରଖ୍ୟାତ ଔପନ୍ୟାସିକ ବ୍ୟାସକବି ଫକୀରମୋହନ
ଆଜିର ଖବର

ଆଜି ମକର ସଂକ୍ରାନ୍ତିରେ ଓଡିଶାରେ ଜନ୍ମ ନେଇଥିଲେ ପ୍ରଖ୍ୟାତ ଔପନ୍ୟାସିକ ବ୍ୟାସକବି ଫକୀରମୋହନ

January 14, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ମକର ସଂକ୍ରାନ୍ତିରେ ଓଡିଶାରେ ଜନ୍ମ ନେଇଥିଲେ ପ୍ରଖ୍ୟାତ ଔପନ୍ୟାସିକ ବ୍ୟାସକବି ଫକୀରମୋହନ

ଭୁବନେଶ୍ବର: ଆଧୁନିକ ଓଡିଆ ଗଳ୍ପର ଜନକ ତଥା ଏକାଧାରରେ ଜଣେ କବି, ଔପନ୍ୟାସିକ, ଦାର୍ଶନିକ ଏବଂ ସମାଜ ସଂସ୍କାରକ ଭାବେ ସୁପରିଚିତ ବ୍ୟାସକବି ଫକୀରମୋହନ ସେନାପତି ତାଙ୍କର କାଳଜୟୀ ଲେଖା ପାଇଁ ଓଡିଶାର ଘରେ ଘରେ ସମସ୍ତଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି।

୧୮୪୩ମସିହା ମକର ସଂକ୍ରାନ୍ତିରେ ବାଲେଶ୍ୱର ଜିଲ୍ଲା ମଲ୍ଲିକାଶପୁରରେ ଜନ୍ମଗ୍ରହଣ କରି ଫକୀରମୋହନ, ପରବର୍ତ୍ତୀ ସମୟରେ ଓଡିଆ ଭାଷାର ସୁରକ୍ଷା, ଓଡିଆ ସାହିତ୍ୟର ପ୍ରଚାର ପ୍ରସାର ପାଇଁ ଯେଉଁ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି, ସେଥିପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ।

ଓଡିଆ ଭାଷା ଏବଂ ଓଡିଆ ଜାତିର ବିକାଶ ପାଇଁ ତାଙ୍କର ରହିଥିବା ଅମୂଲ୍ୟ ଅବଦାନକୁ ସ୍ମରଣ ଏବଂ ସମ୍ମାନ ଉଦ୍ଦେଶ୍ୟରେ ଆଜି ସକାଳେ ଭୁବନେଶ୍ୱର ଉତ୍କଳ ବିଶ୍ୱବିଦ୍ୟାଳୟ, ବାଣୀବିହାର ସମ୍ମୁଖରେ ଅବସ୍ଥାପିତ ଏହି ସଂକ୍ରାନ୍ତି ପୁରୁଷଙ୍କ ୧୮୦ ତମ ଜୟନ୍ତୀ ପାଳନ ଅବସରରେ ତାଙ୍କର ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।

ଏହି ରାଜ୍ୟସ୍ତରୀୟ ଜୟନ୍ତୀ କାର୍ଯ୍ୟକ୍ରମରେ ବିଭାଗର ନିର୍ଦ୍ଦେଶକ( ବୈଷୟିକ) ନିରଞ୍ଜନ ସେଠୀ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ବ୍ୟାସକବିଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ପୁଷ୍ପଗୁଚ୍ଛ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ଏବଂ କବିଙ୍କର କାଳଜୟୀ ଗଳ୍ପ, ଉପନ୍ୟାସାଦି ସାରସ୍ୱତ ସୃଷ୍ଟି ସମ୍ପର୍କରେ ଆଲୋଚନା କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ ଓ ମାନସ ରଞ୍ଜନ ଖୁଣ୍ଟିଆ, ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ଶ୍ରୀମତୀ ସୂଚେତା ପ୍ରିୟଦର୍ଶିନୀ ଓ ବିଭାଗର ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ବ୍ୟାସକବି ଫକୀରମୋହନଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ବ୍ୟାସକବିଙ୍କ ଜୟନ୍ତୀ ପାଳନ ଅବସରରେ ଏଠାରେ ପ୍ରତିମୂର୍ତ୍ତିସ୍ଥଳକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଆକର୍ଷଣୀୟ ଢଙ୍ଗରେ ସାଜସଜ୍ଜା କରାଯାଇଥିଲା।

ସେହିପରି ଏଠାରେ ରାଜ୍ୟସ୍ତରୀୟବ୍ୟାସକବି ଫକୀରମୋହନ ସେନାପତି ସ୍ମୃତି ସଂସଦ,ଭୁବନେଶ୍ୱର, ଉତ୍କଳ ସମ୍ମିଳନୀ ଓ ଅନ୍ୟାନ୍ୟ ସାହିତ୍ୟ ଏବଂ ସାଂସ୍କୃତିକ ଅନୁଷ୍ଠାନର କର୍ମକର୍ତ୍ତାମାନେ ଯୋଗଦେଇ ବ୍ୟାସକବିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। କୋଭିଡ୍ କଟକଣା ଅନୁପାଳନ ମଧ୍ୟରେ ଏହି ଜୟନ୍ତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ମକର ସଂକ୍ରାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026
Latest News

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026

ଧସିଲା କୋଚିଳା ନଦୀର ଡାହାଣ ପାର୍ଶ୍ୱ ବନ୍ଧ

October 21, 2026

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026

Jio IPO Opening Day: ପ୍ରଥମ ଦିନ ସନ୍ଧ୍ୟା ସୁଦ୍ଧା ମୋଟ ସବସ୍କ୍ରିପସନ ୩ ଗୁଣ, ଜିଓ ଆଇପିଓର ଧମାକାଦାର ଆରମ୍ଭ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.