ଦେଶରେ କରୋନା ମାମଲା ୪% ହ୍ରାସ, କିନ୍ତୁ ପଜିଟିଭ ହାର ୧୯.୬୫% କୁ ବୃଦ୍ଧି

Published: Jan 17, 2022, 10:11 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୭୧ ହଜାର ୨୦୨ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୫୮ ହଜାର ୮୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୩୮୫ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୫୧ ହଜାର ୭୪୦ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୭୮ ଲକ୍ଷ ୦୮ ହଜାର ୯୭୭ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୬ ହଜାର ୪୫୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୫୨ ଲକ୍ଷ ୩୭ ହଜାର ୪୬୧ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୬ ଲକ୍ଷ ୫୬ ହଜାର ୩୪୧ କୁ ବୃଦ୍ଧି ପାଇଛି।

Related posts