୨୦ ହଜାର ତଳକୁ ଖସିଲା କରୋନା ଆକ୍ରାନ୍ତ, କରୋନାଜନିତ ମୃତ୍ୟୁ ୩୧୦

Published: Jan 18, 2022, 10:21 am IST

ନୂଆଦିଲ୍ଲୀ: ଗତକାଲି ଦେଶରେ ୨ ଲକ୍ଷ ୫୮ ହଜାର ୮୯ ଟି ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଆଜି ୨ ଲକ୍ଷ ୩୮ ହଜାର ୧୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଆଜି ଆଉ ୩୧୦ ଜଣଙ୍କ ପ୍ରାଣହାନୀ ଘଟିଛି।

ତେବେ ଏହି ସମୟ ମଧ୍ୟରେ ୧ ଲକ୍ଷ ୫୭ ହଜାର ୪୨୧ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୩ କୋଟି ୮୦ ଲକ୍ଷ ୪୬ ହଜାର ୯୯୫ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୪ ଲକ୍ଷ ୮୬ ହଜାର ୭୬୧ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ତେବେ ଏପର୍ଯ୍ୟନ୍ତ ୩ କୋଟି ୫୩ ଲକ୍ଷ ୯୪ ହଜାର ୮୮୨ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୭ ଲକ୍ଷ ୩୬ ହଜାର ୬୨୮ କୁ ବୃଦ୍ଧି ପାଇଛି।

Related posts